Categories: ଜାତୀୟ

୨୦୨୦ ପରେ ଦେଶରେ ଆଜି ସବୁଠୁ କମ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ୨୦୨୦ ପରେ ଦେଶରେ ଆଜି ସବୁଠୁ କମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଜଣେ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୭୨,୦୬୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୩୬,୪୧୭ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪,୯୮୨ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୬୧୫କୁ ବୃଦ୍ଧି ପାଇଛି।

Share