ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା ବେଳେ ଗତ ୨୪ ଘଣ୍ଟାରେ ୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିନକୁ ଦିନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ।