ପୁଣି ଗଞ୍ଜାମକୁ ଫେରିଲା କରୋନା: ରାଜ୍ୟରେ ଆଜି ୭୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୫ଜଣ ଥିବା ବେଳେ ବରଗଡ଼ରୁ ୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୩, ଗଜପତିରୁ ୧, ଗଞ୍ଜାମରୁ ୧, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୬, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଦାରୁ ୮, ମୟୂରଭଞ୍ଜରୁ ୫, ପୁରୀରୁ ୪, ସମ୍ବଲପୁରରୁ ୧୨, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୧୩ ଏବଂ ଷ୍ଟେଟ୍‌ ପୁଲରୁ ୨ଜଣ ରହିଛନ୍ତି।

Share