ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୨୫ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୯୭ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।