ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ଅଛନ୍ତି। ଏହି ୫୮୨ ଜଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୪୫ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ହଜାର ୯୯୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୧୬୫୯୪ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୫୧୧୩।