ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ଅଛନ୍ତି। ଏହି ୭୭୧ଜଣଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୧୬ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୨୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯୯୯୧୬୫ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୭୦୪୨।