Categories: ଜାତୀୟ

୯ ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୦।୭: ଭାରତରେ କରୋନା ମାମଲା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ। ବୈଠକରେ କେରଳ, ପଶ୍ଚିମବଙ୍ଗ, ତାମିଲନାଡୁ, ମହାରାଷ୍ଟ୍ର, ଆସାମ, ଆନ୍ଧ୍ରପ୍ରଦେଶ, ହିମାଚଳ ପ୍ରଦେଶ, ମିଜୋରାମ ଏବଂ ଅରୁଣାଚଳର ୯ଟି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରାଯାଇଛି। ଏହି ରାଜ୍ୟଗୁଡିକରେ ଦ୍ରୁତ ଗତିରେ କରୋନା ବୃଦ୍ଧି ପାଉଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ସଚିବ ରାଜ୍ୟଗୁଡିକୁ ନିର୍ଦ୍ଦେଶ ଦେଇଥିଲେ। ଆରଟି-ପିସିଆର୍‌ ଟେଷ୍ଟ ବଢାଇବା, ହୋମ ଆଇସୋଲେସନ କଡ଼ା କରିବାକୁ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

Share