ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ତେବେ ୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ୪ଜଣ ରହିଥିବା ବେଳେ ପୁରୀରୁ ୩, ଖୋର୍ଦ୍ଧାରୁ ୨, ଯାଜପୁର-ଗଞ୍ଜାମ-ଢେଙ୍କାନାଳ-କଟକ-ଭଦ୍ରକ-ବରଗଡ଼ ଏବଂ ଅନୁଗୋଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share