ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।