ଭୁବନେଶ୍ବର ୨୮।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ୱିତୀୟତଃ ଟିକାକରଣ ଅଧିକ ଥିବାରୁ ଲୋକଙ୍କଠାରେ କମ୍ ଲକ୍ଷଣ ଦେଖାଯାଉଛି । ତେଣୁ ଯେଉଁମାନେ ଟିକା ନେଇନାହାନ୍ତି, ତୁରନ୍ତ ନେଇଯାଆନ୍ତୁ । ରାଜ୍ୟର ଷ୍ଟାଣ୍ଡାର୍ଡ ଓ ପାରାମିଟର ଦେଖି କଟକଣା କୋହଳ ନିଷ୍ପତ୍ତି ନିଆଯିବ । ଯେହେତୁ ଓମିକ୍ରନର ସଂକ୍ରମଣ ହାର ବହୁତ ଅଧିକ, କେତେବେଳେ ବି ବଢ଼ିପାରେ । ତଳକୁ ନ ଆସିବା ଯାଏ ଆମକୁ ଅପେକ୍ଷା କରିବାକୁ ପଡିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।