ଫାଟିଲା ପର୍ଯ୍ୟଟକଙ୍କ କାର୍‌ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍‌ କର୍ମଚାରୀ

ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍‌ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।

ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୋଟିଆ ପଞ୍ଚାୟତ ଅଧୀନରେ ରହିଥିବା ଦେଓମାଳି ପର୍ଯ୍ୟଟନସ୍ଥଳୀ ଘାଟିରେ ଘଟିଛି।

ସୂଚନା ମୁତାବକ, ଗୁରୁବାର ଭବାନୀପାଟଣାର ଜୟପଟଣାରୁ ୯ ଯୁବ ପର୍ଯ୍ୟଟକ ଏକ କାର୍‌ ନଂ ଓଡି ୩୩ ଏଲ୍‌ ୮୯୭୮ ଯୋଗେ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଯାଇଥିଲେ। ସେଠାରେ ପହଞ୍ଚି ରାତ୍ରିଯାପନ କରି ଭୋର୍‌ରୁ ଉକ୍ତ ପର୍ଯ୍ୟଟନସ୍ଥଳୀରେ ସୂର୍ଯ୍ୟ ଉଦୟର ମଜା ଉଠାଇ ଘାଟି ରାସ୍ତାରେ କାର୍‌ ନେଇ ଫେରୁଥିଲେ। ଏହି ସମୟରେ କାର୍‌ର ଚକା ଫାଟି ଯିବାରୁ କାର୍‌ଟି ଭାରସାମ୍ୟ ହରାଇ ଘାଟି ରାସ୍ତାର ଏକ ଖାଲକୁ ଖସିପଡ଼ିଥିଲା। ଯାହାଫଳରେ ୯ ପର୍ଯ୍ୟଟକ କାର୍‌ ଭିତରେ ଫସି ରହିଯାଇଥିଲେ।

ଏହି ସମୟରେ ଦୁର୍ଘଟଣା ସ୍ଥଳ ଦେଇ କୋଟିଆରୁ ପଟ୍ଟାଙ୍ଗି ଅଭିମୁଖେ ଆସୁଥିବା ଲକ୍ଷ୍ମୀ ବସ୍‌ ଘଟଣାସ୍ଥଳରେ ଅଟକି ବସ୍‌ ଚଲାଉଥିବା ଓଡ଼ିଶା ମୋଟର ଚାଳକ ସଂଘର ପଟ୍ଟାଙ୍ଗି ଶାଖାର ଉପସଭାପତି ତଥା ଡ୍ରାଇଭର କିଶୋର ମାଛଙ୍କ ସମେତ ବସ୍‌ର ଅନ୍ୟ କର୍ମଚାରୀ କାର ଭିତରେ ଫସି ରହିଥିବା ସମସ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଗୁରୁତର ନେତ୍ର ରାଉତ, ବିନୋଦ ରାଉତ ଏବଂ ଲକି ରାଉତଙ୍କୁ ବସ୍‌ ଯୋଗେ ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ପ୍ରାଥମିକ ଚିକିତ୍ସା କରିବାରେ ସହଯୋଗ କରିଥିଲେ। ଅନ୍ୟପକ୍ଷରେ ଦୁର୍ଘଟଣା ସ୍ଥାନଟି କୋଟିଆ ଥାନା ଅଧୀନରେ ଯାଉଥିବାବେଳେ କୋଟିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri