ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୩।୧୦(ବ୍ୟୁରୋ): ପଶ୍ଚିମକେନ୍ଦ୍ରୀୟ ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ସୋମବାର ୧୭ଟି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମଙ୍ଗଳବାର ମଧ୍ୟ କିଛି ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି ମୟୂରଭଞ୍ଜ, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଓ ନୟାଗଡା।

Share