Posted inଖେଳ

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ପାସପୋର୍ଟ ଅବଧି ଶେଷ ହୋଇଯାଇଥିବାରୁ ନୂଆ କରିବା ଲାଗି ଶାମିଙ୍କ ଦସ୍ତଖତର ଆବଶ୍ୟକତା ରହିଥିଲା। ଏଥିଲାଗି ଆୟରା ନିକଟରେ କ୍ରିକେଟରଙ୍କୁ ଭେଟିବାକୁ ଯାଇଥିଲେ। ହେଲେ ଶାମି ଦସ୍ତଖତ କରି ନ ଥିବା ହସିନ ଅଭିଯୋଗ କରିଛନ୍ତି।

ଅପରପକ୍ଷେ ଶାମି ଝିଅ ଆୟରାଙ୍କୁ ଭେଟିବା ବେଳେ ଭାବବିହ୍ବଳ ହୋଇଥିବା ଦେଖାଯାଇଥିଲା। ସେତେବେଳେ ସେ ସମୟ ଅଟକି ଯାଇଥିବା ସୋସିଆଲ ମିଡିଆରେ ପୋଷ୍ଟ କରି କହିଥିଲେ। ହେଲେ ଏବେ ହସିନ ଏସବୁ ଲୋକଦେଖାଣିଆ ବୋଲି କହିଛନ୍ତି। ମାସକ ପୂର୍ବରୁ ଝିଅଙ୍କୁ କ୍ରିକେଟର ଦେଖା କରିଥିଲେ। ସେତେବେଳେ କ’ଣ ଲାଗି ସେ ଏଭଳି ପୋଷ୍ଟ କରି ନ ଥିଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ଏବେ ପୋଷ୍ଟ କରିବା ଲାଗି ଅନ୍ୟ କିଛି ନ ଥିବାରୁ ଭେଟ ସମୟର ଭିଡିଓ ଅପଲୋଡ କରିଥିବା ସେ କଟାକ୍ଷ କରିଛନ୍ତି।

ଏହା ପୂର୍ବରୁ ହସିନ ଶାମିଙ୍କ ଉପରେ ମ୍ୟାଚ୍‌ ଫିକ୍ସିଂର ଅଭିଯୋଗ ଲଗାଇଛନ୍ତି। ତାଙ୍କ ଅଭିଯୋଗ ପରେ ଶାମି ଜବାବ ଦେଇ କହିଥିଲେ ଯେ ଏଭଳି କରିବା ପୂର୍ବରୁ ସେ ମରିଯିବାକୁ ପସନ୍ଦ କରିବେ।

କହିରଖୁଛୁ, ଶାମି ଏବେ ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ରିହାବ୍‌ କରୁଛନ୍ତି। ସେ ଶୀଘ୍ର କ୍ରିକେଟ ମଇଦାନକୁ ଫେରିବେ ବୋଲି ଆଶା କରାଯାଉଛି। ରଣଜୀ ଟ୍ରଫି ପରେ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ସେ ଖେଳି ପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri