Posted inଖେଳ

ପାକିସ୍ତାନୀ କ୍ରିକେଟ ଖେଳାଳିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ସାମ୍ନାକୁ ଆସିଲା ବଡ଼ ଅପ୍‌ଡେଟ୍‌

ଇସଲାମାବାଦ,୬।୪: ପାକିସ୍ତାନ କ୍ରିକେଟ ଟିମ୍‌ ପାଇଁ ଦୁଃଖଦ ଖବର। କାର୍‌ ଦୁର୍ଘଟଣାରେ ଦଳର ଦୁଇ ଖେଳାଳି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଚାଲିଛି। ତେବେ ଆଗାମୀ ଦିନରେ ଓ୍ବେଷ୍ଟଇଣ୍ଡିଜ ସହ ଏହାର ମହିଳା ଟିମ୍‌ ଦିନିକିଆ ଏବଂ ଟି୨୦ ସିରିଜ ଖେଳିଥାନ୍ତା। ଏହାପୂର୍ବରୁ ଏଭଳି ଘଟଣା ଦଳର ମୁଣ୍ଡବ୍ୟଥା ବଢ଼ାଇଛି।

ଏପ୍ରିଲ ୧୮ରୁ ଓ୍ବେଷ୍ଟଇଣ୍ଡିଜ ମହିଳା ଟିମ୍‌ ପାକିସ୍ତାନ ଗସ୍ତ କରିବ। ଏହା ପୂର୍ବରୁ ପାକିସ୍ତାନର ଦୁଇ ମହିଳା କ୍ରିକେଟର ବିସ୍ମା ମାରୋଫ, ଗୁଲାମ ଫାତିମା କାର୍‌ ଦୁର୍ଘଟଣାର ଶିକାର ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ସେମାନଙ୍କର ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି।

ଏନେଇ ପିସିବି ଏକ ବିବୃତି ଜାରି କରି କହିଛି ଯେ, ଦୁର୍ଘଟଣା ପରେ ତୁରନ୍ତ ଉଭୟ ଖେଳାଳିଙ୍କୁ ଫାଷ୍ଟଏଡ୍‌ ଦିଆଯାଇଥିଲା। ସେବେଠାରୁ ସେ ବୋର୍ଡର ମେଡିକାଲ ଟିମ୍‌ର ତତ୍ତ୍ୱାବଧାନରେ ଅଛନ୍ତି। ତେବେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ସିରିଜ ଲାଗି ସମ୍ଭାବ୍ୟ ଖେଳାଳିଙ୍କ ମଧ୍ୟରେ ଉଭୟ ଖେଳାଳି ଥିବା ନେଇ ମଧ୍ୟ ପିସିବି ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri