Posted inଖେଳ

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଦଳରେ ଗଣା ହୋଇଥାନ୍ତି। ଯେବେ ବି ଏହି ଦୁଇ ଦଳ ମୁହାଁମୁହିଁ ହୋଇଥାନ୍ତି, ଜବରଦସ୍ତ କ୍ରିକେଟ ସହ ସ୍ଲେଜିଂ ଚର୍ଚ୍ଚାରେ ରହିଥାଏ।

ଅଷ୍ଟ୍ରେଲିଆର କିଛି ଖେଳାଳି ସ୍ଲେଜିଂ କରିବାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏହି ମାମଲାରେ ଭାରତୀୟ ଖେଳାଳି ବି ପଛରେ ନାହାନ୍ତି। ମଇଦାନରେ ବିରାଟ କୋହଲି ସବୁଠାରୁ ଅଧିକ ଆକ୍ରାମକ ନଜର ଆସିଥାନ୍ତି। ମାତ୍ର ଅଷ୍ଟ୍ରେଲିଆ ଖେଳାଳି ଏହା ଭାବନ୍ତି ନାହିଁ।

ଷ୍ଟାର ସ୍ପୋଟ୍ସ ଦ୍ୱାରା ଜାରି ଏକ ଭିଡିଓରେ ଅଷ୍ଟ୍ରେଲିୟ ଖେଳାଳି(ମିଚେଲ ଷ୍ଟାର୍କ, ଜୋଶ ହାଜଲଉଡ୍‌, ନାଥାନ ଲିଅନ୍‌, ପ୍ୟାଟ କମିନ୍‌,ଉସମାନ ଖ୍ବାଜା, ଟ୍ରାଭିସ ହେଡ୍‌) ପ୍ରମୁଖ ଏକତ୍ର ଋଷଭ ପନ୍ତଙ୍କ ନାମ ନେଇଥିଲେ। ୨୦୧୮ରେ ଭାରତ-ଅଷ୍ଟ୍ରେଲିଆ ଗସ୍ତ ସମୟରେ ପନ୍ତ ଟିମ୍‌ ପେନ୍‌ଙ୍କ ସହ ନିଜର ମଜାଳିଆ ବାର୍ତ୍ତାଳାପ ସହ କ୍ରୀଡା ପ୍ରଶଂସକଙ୍କ ହୃଦୟ ଜିତିଥିଲେ।

ଅପରପକ୍ଷେ ଭିଡିଓରେ ପନ୍ତ କହିଛନ୍ତି ଯେ, ସେ କୌଣସି ଯୋଜନା କରି ସ୍ଲେଜିଂ କରି ନ ଥାନ୍ତି। ଯଦି କେହି ଏଭଳି କରିଥାଏ ତେବେ ଭଲ ଲାଗେନାହିଁ,ଏଣୁ ମୁଁ ବିନମ୍ରତା ସହ ସ୍ଲେଜିଂ କରେ। ଏହାଛଡ଼ା ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ତାଙ୍କୁ ଏହି ସ୍ଲେଜିଂ ଯୋଗେ ଜାଣିଥିଲେ ବୋଲି ସେ କହିଥିଲେ। ତେବେ ଆଗାମୀ ଦିନରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ପନ୍ତ ଖେଳୁଥିବା ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ...

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ...

ଲାଇଭ୍‌ ମ୍ୟାଚ୍‌ ସମୟରେ ରାଗିଗଲେ ଅଧିନାୟକ: ଅମ୍ପାୟାରଙ୍କ ସହ କଲେ ଝଗଡ଼ା

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପରେ ଭାରତ ବନାମ ନ୍ୟୁଜିଲାଣ୍ଡ ମ୍ୟାଚରେ ଏକ ମଜାଦାର ଘଟଣା ଘଟିଛି। ଭାରତୀୟ ଅଧିନାୟକ ହରମାନପ୍ରୀତ କୌର ଅମ୍ପାୟାରଙ୍କ ସହ ଝଗଡା କରିଥିଲେ।...

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri