ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଉନ ଥାନାରେ ପହଞ୍ଚି ତଦନ୍ତ ଅଆରମ୍ଭ କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ କରିଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ହେବ।

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ମଧ୍ୟ ତଦନ୍ତ କରାଯିବ।

ସୂଚନାଯୋଗ୍ୟ, ଗତ ୨୦ ତାରିଖ ସନ୍ଧ୍ୟାରେ ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ହୋଇଥିଲା। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ ହୋଇଥିଲା। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ...

ଡେବ୍ୟୁ ମ୍ୟାଚ୍‌ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍‌ରେ ମିଳିଲା ଉଇକେଟ୍‌

ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ...

ହନୁମାନ ଚାଳିଶା ପାଠକରି ୧୪୦ କିଲୋମିଟର ଲମ୍ବା ପଦଯାତ୍ରାରେ ବାହାରିଲେ ଅନନ୍ତ ଅମ୍ବାନୀ

ମୁମ୍ବାଇ,୧।୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ବର୍ତ୍ତମାନ ଦ୍ୱାରକାଧୀଶ ତୀର୍ଥଯାତ୍ରାରେ ଅଛନ୍ତି। ଅନନ୍ତ ଅମ୍ବାନୀ ୧୪୦ କିଲୋମିଟର ଲମ୍ବା...

ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍‌ଙ୍କୁ ସହ ଫଟୋ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ ହଟ୍‌ ଷ୍ଟର୍‌ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍‌ଅପ୍‌ ପରେ ମଲାଇକା ଜଣେ କ୍ରିକେଟର୍‌ଙ୍କ ପ୍ରେମରେ...

ନାଳରେ ପଡିଛି ଦନ୍ତାହାତୀର ମୃତଦେହ

ପାଲଲହଡ଼ା,୪।୧: ଅନୁଗୋଳ ଜିଲା ସଇଡ଼ା ପଞ୍ଚାୟତ ବିଜୁସାହି ନିକଟ ନାଳରେ ମଙ୍ଗଳବାର ଏକ ଦନ୍ତାହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ...

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା

ଭୁବନେଶ୍ୱର, ୧ା୪: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଏକ ଐତିହାସିକ ଘଟଣା ଯାହା ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ସମ୍ପନ୍ନ ହୋଇଥିଲା। ଏହା ଭାରତର...

ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ...

ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image