ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୯ ହଜାର ୫୬୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୧୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୭, ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗୀରରୁ ୫୪, ବୌଦ୍ଧରୁ ୧, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତ୍‌ସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୫୮, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୯୦ , ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ସୁବର୍ଣ୍ଣପୁରରୁ ୧୪ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩୧୭ ଅଛନ୍ତି।

Share