କୁମ୍ଭୀର ଗଣନା: ୨ରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୯।୧୨(ଡି.ଏନ.ଏ.): ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଜାନୁୟାରୀ ୨ରୁ ୧୧ ତାରିଖ ୧୦ଦିନ ଧରି ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କ ସୂଚନା ମୁତାବକ, ଜାନୁୟାରୀ ୪ ଓ ୫ ଦୁଇଦିନ ଧରି ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ୬ରୁ ୧୧ ତାରିଖ ଯାଏ ଭିତରକନିକା ଭିତରେ ଓ ବାହାରେ ନଦୀ ନାଳରେ କୁମ୍ଭୀର ଗଣନା କରାଯିବ। ପୂର୍ବର ପାରମ୍ପରିକ ପଦ୍ଧତି ସହ ଜାନୁୟାରୀରେ ପ୍ରଥମଥର ପାଇଁ ପଲିଗନ ସର୍ଚ୍ଚ ମୋବାଇଲ ଆପରେ କୁମ୍ଭୀର ଗଣନା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ବିଶାରଦ ଡ. ସୁଧାକର କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ। ସକାଳେ ଖରା ପୋଇଁବା ସମୟରେ ଓ ରାତିରେ ସ୍ପଟ ଲାଇଟ ମାଧ୍ୟମରେ କୁମ୍ଭୀର ଗଣନା କରାଯାଇଥାଏ। ହୁଲି ଡଙ୍ଗାରେ ଗଣନାକାରୀମାନେ ନଦୀ ନାଳରେ କୁମ୍ଭୀର ଗଣନା କରିଥାନ୍ତି। କୁମ୍ଭୀର ଗଣନା ପାଇଁ ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମରେ ୪ରୁ ୫ଜଣ ସଦସ୍ୟ ରହିବେ। ଭିତରକନିକାରେ ପ୍ରବାହିତ ନଦୀ ନାଳରେ ଧୀରେ ଧୀରେ ଧଳା ଶଙ୍ଖୁଆ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଥର ଗଣନା ସମୟରେ ସେଥିପ୍ରତି ଅଧିକ ଦୃଷ୍ଟି ଦିଆଯିବ। ଏ ବର୍ଷ ଗଣନା ସମୟରେ ୧୦ରୁ ଊର୍ଦ୍ଧ୍ୱ ଧଳା କୁମ୍ଭୀରକୁ ଗଣନାକାରୀମାନେ ଚିହ୍ନଟ କରିଥିଲେ। ଗତ କୁମ୍ଭୀର ଗଣନା ରିପୋର୍ଟ ଅନୁଯାୟୀ ଭିତରକନିକାରେ ୧୭୬୮ କୁମ୍ଭୀର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri