ମହିଳାଙ୍କଠାରୁ ଠକିନେଲେ କୋଟିଏ ଟଙ୍କା

ଯାଜପୁର ଟାଉନ,୨ା୭ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ଜଣେ ଯୁବକ ପ୍ରଲୋଭନ ଦେଖାଇ ଶତାଧିକ ମହିଳାଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ କରିନେଇଥିବା ଅଭିଯୋଗ ହୋଇଥିଲା ା ସମ୍ପୃକ୍ତ ମହିଳାମାନେ ଜିଲା ପ୍ରଶାସନ ଓ ପୋଲିସର ଦ୍ୱାରସ୍ଥ ହୋଇଥିଲେ। ଯାଜପୁର ଟାଉନ୍‌ ଥାନା ଅଧିକାରୀ ବିଲ୍ବମଙ୍ଗଳ ସେଠୀ ଏହି ଠକେଇ ଘଟଣାର ମୁଖ୍ୟ କୁହାଯାଉଥିବା ତାଉଁତରା ଅଞ୍ଚଳର ଶୁଭକାନ୍ତ ମିଶ୍ରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି ା ଏହି ଖବର ଜଣାପଡିବା ପରେ ମହିଳାମାନେ ସୋମବାର ଥାନା ଘେରାଉ କରିବା ସହ ସେମାନଙ୍କ ଟଙ୍କା କିପରି ଫେରି ପାଇବେ ତା’ର ବ୍ୟବସ୍ଥା କରିବାକୁ ପୋଲିସକୁ ଅନୁରୋଧ କରିଥିଲେ ା ପରିସ୍ଥିତିକୁ ଦେଖି ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା ମହିଳାମାନଙ୍କୁ ବୁଝାଶୁଝା କରିବା ସହ ଘଟଣାର ତଦନ୍ତ ଚାଲିଛି, ସମସ୍ତଙ୍କୁ ନ୍ୟାୟ ମିଳିବ ବୋଲି କହିଥିଲେ।

ସୂଚନାଯୋଗ୍ୟ, ଯାଜପୁର ଟାଉନ ଥାନା ଅଞ୍ଚଳର ଶତାଧିକ ମହିଳା ଋଣ କରି ଶୁଭକାନ୍ତଙ୍କୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଦେଇଥିଲେ। ସେ ମହିଳାଙ୍କ କିସ୍ତି ବାବଦ ଅର୍ଥ ଶୁଝିବା ଓ ମାସକୁ ୬୫୦ଟଙ୍କା ଦେବା ସହ ୫ଖଣ୍ଡ ଶାଢ଼ି ଦିଆଯିବ ବୋଲି କହିଥିଲେ। ଏପରି କି ଯଦି ଜଣେ ମହିଳା ୧ଲକ୍ଷ ଟଙ୍କା ଦେବେ ତାଙ୍କୁ ୧୦ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି କହିଥିଲେ। ଏମିତି କିଛିମାସ ଚାଲିବା ପରେ ଶୁଭକାନ୍ତ ନିଜ ହାତରୁ କିସ୍ତି ଶୁଝିବା ପାଇଁ ମହିଳାମାନଙ୍କୁ କହିବା ସହ ଫେରାର ହୋଇଯାଇଥିଲେ ା ପୋଲିସ ଶୁଭକାନ୍ତଙ୍କୁ ଥାନାକୁ ଆଣି ଏହି ଘଟଣାର ତଦନ୍ତ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌...

କୁସୁମା ବଙ୍ଗଳାର ତଦନ୍ତ ହେବ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri