ଟ୍ୟୁବ୍‌ ସାହାଯ୍ୟରେ ରୋଗୀଙ୍କୁ ନଦୀ ପାର୍‌

ବାଲିଗୁଡ଼ା,୧୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଗାଁରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ ଭରା ନଈରେ ରୋଗୀଙ୍କୁ ଟ୍ୟୁବ୍‌ରେ ବସେଇ ଖଡ଼ଗ ନଦୀରେ ପାର୍‌ କରି ଆଣିଲେ ରୋଗୀଙ୍କ ପରିବାର ଲୋକେ। ବାଲିଗୁଡାଠାରୁ ସାଇନପଡ଼ା ଦେଇ ଖଡ଼ଗ ନଦୀରେ ଏକ ସେତୁ ହେବାକୁ ଥିବା ବେଳେ ଏ ପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହେଇ ନ ଥିବାରୁ ଅଞ୍ଚଳବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୁବେର ମୁଣ୍ଡା ଗ୍ରାମରେ ୧୫ ପରିବାର ରୁହନ୍ତି। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗ ପଞ୍ଚାୟତର କୁବେର ମୁଣ୍ଡା ଗ୍ରାମର ଏପରି ଏକ ଦୟନୀୟ ଘଟଣା ସାମ୍ନାକୁ ଆସିଛି। ଏହି ଗ୍ରାମର ଅନନ୍ତ ପ୍ରଧାନ (୪୫) ଦୀର୍ଘ ୪ଦିନ ହେଲା ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେପଟେ କୁବେର ମୁଣ୍ଡା ଗ୍ରାମଠାରୁ କ.ନୂଆଗାଁକୁ ଯିବା ପାଇଁ ହେଲେ ପାଖାପାଖି ୨୨ କିଲୋ ମିଟର ଯିବାକୁ ହୁଏ କୁବେର ମୁଣ୍ଡାଠାରୁ ମହାସିଙ୍ଗକୁ ଦେଡ଼ କିଲୋମିଟର ହେବ। ଫଳରେ ଜୀବନକୁ ବାଜି ଲଗେଇ ଖଡ଼ଗ ନଦୀ ପାର ହେବାକୁ ପରିସ୍ଥିତି ବାଧ୍ୟ କରୁଛି। ଗ୍ରାମକୁ ଯିବା ପାଇଁ ରାସ୍ତା ଅଭାବରୁ ଆମ୍ବୁଲାନ୍ସ କିମ୍ବା କୌଣସି ଯାନବାହନ ପହଞ୍ଚି ପାରେ ନାହିଁ। ଫଳରେ ଶିକ୍ଷା ସାସ୍ଥ୍ୟ ଗମନାଗମନ ଭଳି ମୌଳିକ ସମସ୍ୟାର ଏଠାକାର ବାସିନ୍ଦା ସମ୍ମୁଖୀନ ହୋଇ ଆସୁଛନ୍ତି। ଏଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଉକ୍ତ ଅଞ୍ଚଳ ପ୍ରତି ଦୃଷ୍ଟି ଦେଇ ରାସ୍ତା, ପୋଲ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଭଳି ମୌଳିକ ସମସ୍ୟାର ସମାଧାନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲ ନଷ୍ଟ ନେଇ ଯୋଗାଣ ମନ୍ତ୍ରୀଙ୍କୁ ଜଣାଇଲେ ବିଧାୟକ

ପାରଳାଖେମୁଣ୍ଡି,୨୭ା୧୨(ଗିରିଧାରୀ ପରିଛା): ଅଦିନିଆ ବର୍ଷା ଯୋଗୁ ଗଜପତି ଜିଲାର ୭ଟି ଯାକ ବ୍ଲକରେ ବ୍ୟାପକ ପରିମାଣରେ ଧାନ, କପା ଓ ଅନ୍ୟାନ୍ୟ ଫସଲ ନଷ୍ଟ ହୋଇଛି।...

ସମସ୍ୟାଘେରରେ ମେଲକୁନ୍ଦେଲ ପ୍ରାଥମିକ ବିଦ୍ୟାଳୟ

ଥୁଆମୂଳ ରାମପୁର,୨୭ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ମେଲକୁନ୍ଦେଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମସ୍ୟାଘେରରେ ରହିଛି। ୨୦୦୮ରେ ସ୍ଥାପିତ ଏହି ବିଦ୍ୟାଳୟରେ ୨୯...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

୨ ଦିନ ଧରି ଥିଲେ ନିଖୋଜ: ଏବେ ପୋଖରୀରୁ ମିଳିଲା…

ପାରଳାଖେମୁଣ୍ଡି,୨୭।୧୨: ଗଜପତି ଜିଲା ପାରଳାଖେମୁଣ୍ଡି ସୀତାସାଗର ଗ୍ରାମ ଏକ ପୋଖରୀରୁ ଶୁକ୍ରବାର ଜଣେ ବୃଦ୍ଧଙ୍କ ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ଅପହରଣ ପରେ ହତ୍ୟା...

ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ

ଲାଞ୍ଜିଗଡ,୨୭।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ  ସମିତି ସଭାଗୃହଠାରେ ଲାଞ୍ଜିଗଡ ବଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ  କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri