ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ ବଣଭୋଜି କରି ମଜା ନେବା ସହ ସୌନ୍ଦର୍ଯ୍ୟର ଅପରୂପ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ଏଭଳି ଏକ ପର୍ଯ୍ୟଟନ କ୍ଷେତ୍ର ହେଉଛି ଡଡୁବାଡା ଲଭର୍ସ ପଏଣ୍ଟ। ପ୍ରକୃତିକୁ ଭଲ ପାଉଥିବା ଏହି ସ୍ଥାନଟି ଦୁଇ ପାଖରେ ପାହାଡ଼ ସହ ବିସ୍ତୀର୍ଣ୍ଣ ପଥରର ପଡ଼ିଆ ସହ ବହିଯାଉଛି ଟୀକାପାଟା ନଦୀ। ଆଉ ବହିଯାଉଥିବା ନଦୀ ପଥରର ବିଭିନ୍ନ ଖଣ୍ଡ ବିଖଣ୍ଡିତ ପଥର ଉପର ଦେଇ ଜଳ ବହୁଥିବାବେଳେ ସୃଷ୍ଟି ହୋଇଛି ଏକାଧିକ ଜଳ ପ୍ରପାତ ଆଉ ଗଣ୍ଡ ଏବଂ ଖସଡ଼ା। ଯାହାକୁ ଦେଖି ପର୍ଯ୍ୟଟକ ହୋଇଯାଉଛନ୍ତି ଆତ୍ମବିଭୋର। ଆଉ ଘଣ୍ଟା ଘଣ୍ଟା ଧରି ପର୍ଯ୍ୟଟକଙ୍କ ନଜର ସେହି ସୌନ୍ଦର୍ଯ୍ୟମୟ ଶାନ୍ତ ପରିବେଶ ଉପରେ ରହୁଛି। ପରିବାର ନେଇ ଆସୁଥିବା ପର୍ଯ୍ୟଟକ ହୁଅନ୍ତୁ କିମ୍ବା ସାଙ୍ଗସାଥୀ ଏବଂ ବରିଷ୍ଠ ନାଗରିକ ସମସ୍ତ ବର୍ଗଙ୍କ ପାଇଁ ଏହି ପର୍ଯ୍ୟଟନ କ୍ଷେତ୍ର ଲଭର୍ସ ପଏଣ୍ଟଟି ଉପଯୁକ୍ତ କ୍ଷେତ୍ର ଭାବେ ରହିଛି। ବଣଭୋଜି କରିବା ସହ ବିଭିନ୍ନ ପ୍ରକାର ଖେଳ କୁଦ, କ୍ରିୟା କଳାପ ପାଇଁ ମଧ୍ୟ ସ୍ଥାନଟି ଉପଯୁକ୍ତ କ୍ଷେତ୍ର ଭାବେ ରହିଛି। ସେହିପରି ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଉକ୍ତ ଲଭର୍ସ ପଏଣ୍ଟରେ ବିଭିନ୍ନ ବୈଠକ ସହ ଭୋଜିଭାତର ଆସର ଜମୁଛି। ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ର ବୁଲିବା ସହ ନିଶ୍ଚିତ ଏହି ଲଭର୍ସ ପଏଣ୍ଟ ବୁଲୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri