ଥୁଆମୂଳ ରାମପୁରର ସମସ୍ତ ଶୈବପୀଠରେ ଭକ୍ତଙ୍କ ଭିଡ଼, ଓମ୍‌ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ

ଥୁଆମୂଳ ରାମପୁର,୨୬ା୨(ଦୁର୍ଗା କୀର୍ତ୍ତି): ପବିତ୍ର ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଉଠିଛି ଗାଁଠୁ ସହର। ହରହର ମହାଦେବ, ଓମ ନମଃ ଶିବାୟ , ଜୟ ଶିବ ଶମ୍ଭୁ ଧ୍ୱନିରେ ପ୍ରକମ୍ପିତ ହେଉଛି ସାରା ଅଞ୍ଚଳ। ଜିଲାର ସମସ୍ତ ଶୈବପୀଠରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିବା ବେଳେ ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ମହାଶିବରାତ୍ରି ବହୁ ଆଡମ୍ବର ସହକାରେ ପାଳନ କରାଯାଉଛି। ବ୍ଲକର ପ୍ରତିଟି ଶୈବପୀଠରେ ଭୋର ସମୟରେ ଶ୍ରଦ୍ଧାଳୁମାନେ ନଡିଆ, କଦଳୀ, କ୍ଷୀର ଓ ଶିବଙ୍କ ପ୍ରିୟ ଦୁଦୁରା ଫୁଲ ନେଇ ମହାଦେବଙ୍କ ପୂଜାର୍ଚ୍ଚନା କରୁଛନ୍ତି। ଥୁଆମୂଳ ରାମପୁରଠାରେ ଥିବା ବାବା ରାମେଶ୍ୱର ମନ୍ଦିରରେ ଆଲୋକ ରଞ୍ଜନ ମୁଣ୍ଡ ଏବଂ ଗୋକୁଳ ଚନ୍ଦ୍ର ମୁଣ୍ଡ ପୂଜକ ଭାବରେ ପୂଜାର୍ଚ୍ଚନା କରିଥିବା ବେଳେ ଅଞ୍ଚଳର ସହ ସହ ଲୋକ ରାମେଶରଙ୍କ ଦର୍ଶନ କରି ପାଣି ଢ଼ାଳି ପୂଜା କରିଥିଲେ। ସେହିଭଳି ବ୍ଲକର ଗୁଣୁପୁର ବଙ୍ଗଳାପଡ଼ାସ୍ଥିତ ଶିବମନ୍ଦିର, ଡୁମେରପଦର୍‌ ଶିବ ମନ୍ଦିର, ଓଡ୍ରି ଶିବମନ୍ଦିର, ଗୋପୀନାଥପୂର୍‌ ଶିବମନ୍ଦିର, କାଠକୁରା ଶିବମନ୍ଦିର, ମେଲକୁନ୍ଦେଲ ସମେତ ଥୁଆମୂଳ ଏବଂ ମହୁଲପାଟଣାରେ ଥିବା ସର୍ବପୁରାତନ ଶିବାଳୟରେ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଭିନ୍ନ ମନ୍ଦିରରେ ଥୁଆମୂଳ ରାମପୁର ପୋଲିସ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିବାବେଳେ ମହାଶିବରାତ୍ରି ଜାଗର ଯାତ୍ରା ପୂଜା କମିଟି ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ନିମନ୍ତେ ସାଂସ୍କୃତିକ କାର୍ଯ୍ୟକ୍ରମ ନାଟକ, ଡ୍ୟାନ୍ସ ପ୍ରତିଯୋଗିତା ଭଳି ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri