ୟୁବିଆଇର ସିଏସ୍‌ଆର୍‌ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷ କରି ୟୁବିଆଇର କର୍ପୋରେଟ ସାମାଜିକ ଦାୟିତ୍ୱବୋଧତା(ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ସ୍ଥାନୀୟ ସିଆର୍‌ପିଏଫ୍‌ କ୍ୟାମ୍ପସ୍‌ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୨କୁ ସ୍ମାର୍ଟ ଶ୍ରେଣୀଗୃହ ଉପକରଣ ଯଥା ପ୍ରୋଜେକ୍ଟର, କମ୍ପ୍ୟୁଟର ଏବଂ ଆବଶ୍ୟକ ଉପକରଣ ଆଦି ଦିଆଯାଇଥିଲା। ଏପରିକି ୟୁବିଆଇ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ସତ୍ୟବାନ ବେହେରା ସ୍କୁଲର ପ୍ରିନ୍ସିପାଲ ଅଞ୍ଜନ କୁମାର ଖଟୁଆଙ୍କୁ ବ୍ୟାଙ୍କର ମହିଳା ସଶକ୍ତୀକରଣ କମିଟିର ସଦସ୍ୟ ଓ ସ୍କୁଲ କର୍ମଚାରୀମାନଙ୍କ ଉପସ୍ଥିତିରେ ଉପରୋକ୍ତ ଉପକରଣ ପ୍ରଦାନ କରାଯାଇଥିଲା। ସେହିଭଳି ମହିଳା ସଶକ୍ତୀକରଣକୁ ଆଗେଇନେବା ପାଇଁ ୟୁବିଆଇର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଏଭଳି ଏକ ସିଏସ୍‌ଆର୍‌ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଅପରପକ୍ଷରେ କେନ୍ଦ୍ରୀୟ ବିଦ୍ୟାଳୟ-୨ର ପ୍ରିନ୍ସିପାଲ ଅଞ୍ଜନ କୁମାର ଖଟୁଆ ଦେଶରେ ନାରୀ ଶକ୍ତିକୁ ପ୍ରଶଂସା କରିବା ସହ ଧନ୍ୟବାଦ ଜଣାଇବା ଉପଲକ୍ଷେ ୟୁବିଆଇର ଏଭଳି ଏକ ଅଭିନବ ପଦକ୍ଷେପକୁ ସେ ଖୁବ୍‌ ପ୍ରଶଂସା କରିଥିଲେ। ଉଲ୍ଲେଖଯୋଗ୍ୟ, ୟୁବିଆଇର ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ. ମଣି ମେଖାଲାଇଙ୍କ ଉପନ୍ୟାସ ମହିଳା ସଶକ୍ତୀକରଣ କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ମୌଳିକ ସୁବିଧା ଏବଂ ସ୍ବଚ୍ଛ ପରିବେଶ ଆଣିବା ଦିଗରେ ଏକ ଅତୁଳନୀୟ ଭୂମିକା ନିର୍ବାହ କରୁଛି। ଏପରିକି ମହିଳା ବର୍ଗଙ୍କୁ ସହଯୋଗ କରିବା ସହ ମାନବ ସ୍ଫୁର୍ତ୍ତିକୁ ଜାଗ୍ରତ କରୁଛି। ଏଭଳି ଏକ ପଦକ୍ଷେପ ଭବିଷ୍ୟତର ଯୁବପିଢ଼ିଙ୍କ ପାଇଁ ଉନ୍ନତ ବୈଷୟିକ ସୁବିଧା ସୃଷ୍ଟି କରିବା ସହ ଛାତ୍ରୀଛାତ୍ରମାନଙ୍କୁ ଉନ୍ନତ ଶିକ୍ଷାଦାନ ସୁବିଧା ପ୍ରଦାନ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri