ବାଲେଶ୍ୱର ସହରରେ କର୍ଫ୍ୟୁ ଜାରି: ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୮।୬ (ମାନସ ବିଶ୍ବାଳ ): ଅଶାନ୍ତ ବାଲେଶ୍ୱର ସହର। ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ବାଲେଶର ପୌରାଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ୧୭ତାରିଖ ରାତ୍ରି ୧୨ରୁ ୧୮ତାରିଖ ରାତି ୧୨ଟା ପର୍ୟ୍ୟନ୍ତ ଏହା ବଳବତ୍ତର ରହିବ। ପରିସ୍ଥିତି ଶାନ୍ତ ନପଡିବା ଯାଏଁ ପୌରାଞ୍ଚଳର ଜନସାଧାରଣ ଏହି ସମୟ ମଧ୍ୟରେ ଘରୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଜରୁରୀକାଳୀନ ସେବାକୁ ଛାଡ଼ି ସମସ୍ତ ଦୋକାନ ବଜାର ଓ ଯାତାୟତ ବନ୍ଦ ରହିବ । ସଦର ଥାନା, ଟାଉନ ଥାନା ସହଦେବ ଖୁଣ୍ଟା, ଶିଳ୍ପା ଞ୍ଚଳ ଥାନା ଅଧୀନରେ ଥିବା ପୌରାଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଛି। ଗତକାଲି ଦୁଇ ସମ୍ପ୍ରଦାୟ ମଧ୍ୟରେ ଲାଗିଥିବା ସାମାନ୍ୟ ଗଣ୍ଡଗୋଳକୁ ଭିତ୍ତିକରି ଏହି ପ୍ରତିଷେଧକ ମୂଳକ ପଦକ୍ଷେପ ପ୍ରଶାସନ ପକ୍ଷରୁ ନିଆଯାଇଛି। ପରିସ୍ଥିତିର ନିୟନ୍ତ୍ରଣ ପାଇଁ ଆଇଜି ଡ. ଦୀପକ କୁମାର ଓ ଏସପି ସାଗରିକା ନାଥ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।
ଘଟଣାରୁ ପ୍ରକାଶ, ବାଲେଶ୍ୱର ସହର ଭୁଜାଖିଆ ପୀର ନିକଟସ୍ଥ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ କେନ୍ଦ୍ରକରି ଉତ୍ତେଜନା ସୃଷ୍ଟି ହୋଇଛି। ଦୁଇ ଗୋଷ୍ଠୀ ମୁହଁାମୁହିଁ ହେବା ସହ ଆକ୍ରମଣ, ପ୍ରତି ଆକ୍ରମଣରେ ଉଭୟ ପକ୍ଷର ଅନେକ ଲୋକ ଆହତ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଲୁହବୁହା ଗ୍ୟାସ୍‌ ପ୍ରୟୋଗ କରାଯାଇଥିଲା। ଉତ୍ତେଜନା ଲାଗିରହିଥିବାରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲା। ଗୋଟିଏ ସ୍ଥାନରେ ୫ଜଣରୁ ଅଧିକ ଏକାଠି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri