ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି

ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ଓଟି ରୋଡ୍‌ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

କର୍ଫ୍ୟୁ କଟକଣା ଯୋଗୁଁ ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ ରହିବା ସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ କରିଛି ପୋଲିସ ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି । ସହର ସାରା ପୁଲିସ ପଇଁତରା ମାରୁଛି । ପୁଲିସ ଆଜି ଆଜି ସଂଧ୍ୟାରେ ସହରରେ ଫ୍ଲାଗମାର୍ଚ କରିଛି । ଗତକାଲି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଢେଲାପଥର ମାଡ ସହ ବ୍ୟାପକ ହିଂସା ହୋଇଥିଲା ।

ଘଟଣାରୁ ପ୍ରକାଶ, ବାଲେଶ୍ୱର ସହର ଭୁଜାଖିଆ ପୀର ନିକଟସ୍ଥ ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ କେନ୍ଦ୍ରକରି ଉତ୍ତେଜନା ସୃଷ୍ଟି ହୋଇଛି। ଦୁଇ ଗୋଷ୍ଠୀ ମୁହଁାମୁହିଁ ହେବା ସହ ଆକ୍ରମଣ, ପ୍ରତି ଆକ୍ରମଣରେ ଉଭୟ ପକ୍ଷର ଅନେକ ଲୋକ ଆହତ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା। ଉତ୍ତେଜନା ଲାଗିରହିଥିବାରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲା। ଗୋଟିଏ ସ୍ଥାନରେ ୫ଜଣରୁ ଅଧିକ ଏକାଠି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର...

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ । ଭୁବନଶ୍ୱେର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର

ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ...

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ...

ବଡ଼ ବୟାନ୍‌ ରଖିଲେ ପ୍ରସନ୍ନ, କହିଲେ ଭାଜପାକୁ…

ଭୁବନେଶ଼୍ବର, ୨୯।୦୬: ବିଜୁ ଜନତା ଦଳର ବିଧାୟକ ତଥା ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ବଡ଼ ବୟାନ୍‌ ଦେଇଛନ୍ତି । ଭାଜପା ସରକାରଙ୍କୁ ସେ ଟାର୍ଗେଟ୍‌...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଲକ୍ଷ୍ମୀ ବସ୍‌ ନାଁ ବଦଳାଯାଇ ରଖାଯିବ ଏହି ନାଁ

ଭୁବନେଶ୍ୱର,୨୯।୬: ଲକ୍ଷ୍ମୀ ବସ୍‌ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ଲକ୍ଷ୍ମୀ ବସ୍‌ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା...

ଅବ୍ୟବସ୍ଥାରେ ବିଜେବି ସଙ୍ଗୀତ ବିଭାଗ

ଭୁବନେଶ୍ୱର,୨୯।୬(ଅନୁରାଧା ମହାରଣା): ବକ୍ସି ଜଗବନ୍ଧୁ ବିଦ୍ୟାଧର (ବିଜେବି) ସ୍ବୟଂଶାସିତ ମହାବିଦ୍ୟାଳୟର ବିଭିନ୍ନ ବିଭାଗରେ ନାନା ସମସ୍ୟାକୁ ନେଇ ଛାତ୍ର ଅସନ୍ତୋଷ ଲାଗିରହୁଛି। ତେବେ ଯୁକ୍ତ୩ ସଙ୍ଗୀତ...

କଳ୍‌କୀ ପାର୍ଟ-୨’ରେ ଆସିବ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଚକ୍ରର ଝଡ଼…

ନୂଆଦିଲ୍ଲୀ,୨୯।୬: ବଡ଼ ପରଦାରେ ଦର୍ଶକଙ୍କ ମନ ଜିଣୁଛି ରିବେଲ ଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷିତ ସିନେମା ‘କଳକୀ ୨୮୯୮ ଏଡି’। ମହାଭାରତ ଯୁଦ୍ଧର ଶେଷ ମୁହୂର୍ତ୍ତରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri