ବାଲେଶ୍ବର ସହରରେ କର୍ଫ୍ୟୁ ବଳବତ୍ତର:ଇଣ୍ଟରନେଟ ସେବା ବନ୍ଦ

ବାଲେଶ୍ୱର ଅଫିସ,୧୯/୬(ମାନସ ବିଶ୍ବାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ଅଶାନ୍ତ ହୋଇପଡ଼ିଥିବା ବାଲେଶ୍ୱର ସହରରେ କର୍ଫ୍ୟୁ ବୁଧବାର ବି ବଳବତ୍ତର ରହିଛି। ଏଥିସହିତ ମଙ୍ଗଳବାର ଅପରାହ୍ନରୁ ସହରରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରିଦିଆଯାଇଛି। ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ କଟକଣା ଲାଗୁ ହୋଇଥିବାବେଳେ ଆଜି ରାତି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ସହରର ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ପଇଁତରା ମାରୁଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଓଡ଼ିଶା ପୋଲିସର ୪୦ ପ୍ଲାଟୁନ ଫୋର୍ସ ଓ ଅଧିକାରୀ ନିୟୋଜିତ ଥିବା ବେଳେ ୬ ପ୍ଲାଟୁନ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ହୋଇଛନ୍ତି।
ପୂର୍ବାଞ୍ଚଳ ଜୋନ ଆଇଜି ଦୀପକ କୁମାର ଓ ବାଲେଶ୍ବର ଏସ୍‌ପି ସାଗରିକା ନାଥଙ୍କ ସମେତ ଜିଲାସ୍ତରୀୟ ପୋଲିସ ଅଧିକାରୀମାନେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏକାଧିକ ପୁଲିସ ପାଟ୍ରୋଲିଂ ଗାଡ଼ି ସହରରେ ପଇଁତରା ମାରୁଛି। ଗୋଷ୍ଠୀ ବିବାଦ ପ୍ରଶମନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। କର୍ଫ୍ୟୁ ବଳବତ୍ତର ରହିଥିବା ବେଳେ ଗୋଷ୍ଠୀ ବିବାଦ ଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ଟି ମାମଲାରେ ମୋଟ ୫୦ରୁ ଉଦ୍ଧ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏହି ଗିରଫ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦେଶ ରହିଛି। ଶାନ୍ତି ବଜାୟ ରଖିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।
ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ। ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri