ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ ଅନୁଧ୍ୟାନ କରି ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ଯାଏ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ କରିପାରିବେ। ଏନେଇ ଜିଲାପାଳ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ନାଳରେ ପ୍ରବାହିତ ଲାଲ୍‌ ରଙ୍ଗର ପାଣିକୁ ନେଇ ସୋମବାର ସକାଳ ୧୦ଟା ବେଳେ ଘଟିଥିବା ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ଢେଲାପଥର ମାଡ଼ ପରେ ବାଲେଶ୍ୱର ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପୋଲିସ ୧୪୪ଧାରା ଜାରି କରିଥିଲା। ରାତି ପ୍ରାୟ ୧୧ଟା ବେଳେ ଟାଉନ ଥାନାକୁ ଉଭୟ ଗୋଷ୍ଠୀ ଲିଖିତ ଅଭିଯୋଗ ଦେବାକୁ ଯାଇଥିଲେ। ସେଠାରେ ଉଭୟ ଗୋଷ୍ଠୀ ମଧ୍ୟରେ କଥା କଟାକଟି ହେବା ପରେ ପରସ୍ପରକୁ ଆକ୍ରମଣ ପ୍ରତି ଆକ୍ରମଣ କରିଥିଲେ। ପୋଲିସର ହସ୍ତକ୍ଷେପ ପରେ ଉଭୟ ଗୋଷ୍ଠୀ ଥାନାରୁ ପଳାଇ ଆସିଥିଲେ।

ପରେ ମଧ୍ୟରାତ୍ରରେ ସୋଏଲପୁରସ୍ଥିତ ମସ୍‌ଜିଦ୍‌ ଓ ପାତ୍ରପଡାସ୍ଥିତ ମସ୍‌ଜିଦ୍‌ରେ ଗୋଟିଏ ଗୋଷ୍ଠୀ ପଶି ଭଙ୍ଗାରୁଜା କରିଥିଲେ। ଉକ୍ତ ଗଣ୍ଡଗୋଳକୁ ନେଇ ଟାଉନ ଥାନାରେ ୧୫ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ୧୪୪ଜଣ ଲୋକଙ୍କୁ ଅଟକ ରଖାଯାଇ ତଦନ୍ତ କରାଯାଉଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ ଏସ୍‌ପି ସାଗରିକା ନାଥ ଓ ଜିଲାପାଳ ଆଶିଷ ଠାକ୍‌ରେ ଏକ ଜରୁରୀ ବୈଠକ ଡାକି ସ୍ଥିତି ସମୀକ୍ଷା କରିଥିଲେ। ଏହାପରେ କର୍ଫ୍ୟୁ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri