ନଭେମ୍ବର ୨୭ରୁ କଟକ ବାଲିଯାତ୍ରା

କଟକ,୧୪ା୧୦ (କାର୍ତ୍ତିକ ସାହୁ): ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୨୭ରୁ ଡିସେମ୍ବର ୪ ତାରିଖ ଯାଏ ଅନୁଷ୍ଠିତ ହେବ। ବାଲିଯାତ୍ରାକୁ ଅଧିକ ଚିତ୍ତାକର୍ଷକ, ସୁରକ୍ଷିତ ଓ ଜନାଦୃତ କରିବା ସହ ଉତ୍ତମ ସମନ୍ବୟ ରକ୍ଷା କରିବା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଗୁରୁତ୍ୱାରୋପ କରିଛନ୍ତି। ଚଳିତବର୍ଷ ବାଲିଯାତ୍ରା ନିମନ୍ତେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସାହୁ ଆଭାସୀ ମାଧ୍ୟମରେ ଅଧ୍ୟକ୍ଷତା କରି ବାଲିଯାତ୍ରା ସହ ଜଡିତ ବିଭିନ୍ନ ବିଭାଗ ଓ ବିଭାଗୀୟ କାର୍ଯ୍ୟାଳୟ ରାଜ୍ୟ ସରକାରଙ୍କ ସାଧାରଣ ଆର୍ଥିକ ନିୟମାବଳୀ ଅନୁପାଳନ କରିବା ସହ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି। ଏଥିରେ କଟକ ମହାନଗର ନିଗମ (ସିଏମ୍‌ସି) ମେୟର ସୁବାସ ସିଂ ଯୋଗଦେଇ କହିଥିଲେ, ଏଭଳି ବୈଠକର ଯଥେଷ୍ଟ ଆବଶ୍ୟକତା ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲିଯାତ୍ରାକୁ ଜାତୀୟ ଉତ୍ସବର ମାନ୍ୟତା ପ୍ରଦାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଦ୍ୱାରା ଅନୁରୋଧ କରିଥିଲେ। ଗତ ବାଲିଯାତ୍ରା ସମୟରେ ଇଣ୍ଡୋନେସିଆର ବାଲିଦ୍ୱୀପରେ ଉପସ୍ଥିତ ଥିବା ପ୍ରଧାନମନ୍ତ୍ରୀ କଟକ ବାଲିଯାତ୍ରାର ଅବତାରଣା କରି ଭୂୟସୀ ପ୍ରଶଂସା କରିଥିଲେ। ସିଏମ୍‌ସି ପକ୍ଷରୁ ଛାତ୍ରୀଛାତ୍ରଙ୍କ ଦ୍ୱାରା କାଗଜ ଡଙ୍ଗା ତିଆରି କରି ଗିନିଜ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନିତ ହେବା ଆନନ୍ଦର ବିଷୟ ଥିଲା। ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
କଟକ ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ) ଅଧ୍ୟକ୍ଷ ଅନିଲ କୁମାର ସାମଲ ଚଳିତ ବାଲିଯାତ୍ରାକୁ ଅଧିକ ସରସ ସୁନ୍ଦର କରିବା ନିମନ୍ତେ ବିଭାଗଗୁଡ଼ିକ ତତ୍ପରତାର ସହିତ କାର୍ଯ୍ୟ ସମ୍ପାଦନ କରିବେ ବୋଲି ଦୃଢ ଆଶାପୋଷଣ କରିଥିଲେ। ନିରବଚ୍ଛିନ୍ନ, ସୁରକ୍ଷିତ ଓ ଦେୟମୁକ୍ତ ବିଦ୍ୟୁତ୍‌ ଯୋଗାଣ ଦିଗରେ ଟିପିସିଓଡିଏଲ କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରିବାକୁ ସେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କେନ୍ଦ୍ରାଞ୍ଚଳ ଆର୍‌ଡିସି ଡ. ସୁରେଶ ଚନ୍ଦ୍ର ଦଳାଇ ସମସ୍ତେ ନିଜ ନିଜର ଦାୟିତ୍ୱ ଓ କର୍ତ୍ତବ୍ୟ ସୁଚାରୁରୂପେ ସମ୍ପାଦନ କରିବା ସହ ବାଲିଯାତ୍ରାର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବାକୁ ଆଶାପ୍ରକାଶ କରିଥିଲେ।
ଜିଲାପାଳ ଭବାନୀ ଶଙ୍କର ଚୟନୀ ରାସ୍ତାଘାଟ ମରାମତି, ବାଲିଯାତ୍ରା ପଡ଼ିଆର ଭିତ୍ତିଭୂମି, ୱାଟ୍‌କୋ ଦ୍ୱାରା ପାନୀୟଜଳ ଯୋଗାଣ, ଟିପିସିଓଡିଏଲ ଦ୍ୱାରା ଆଲୋକୀକରଣ, ଓର୍‌ମାସ୍‌ ଆନୁକୂଲ୍ୟରେ ପଲ୍ଲିଶ୍ରୀ ମେଳାର ଷ୍ଟଲ ସଂଖ୍ୟା ୪୦୦କୁ ବୃଦ୍ଧି କରିବା, ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲିଯାତ୍ରାକୁ ପର୍ଯ୍ୟଟନ ପଞ୍ଜିକାରେ ସ୍ଥାନିତ କରିବା, ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ମୁଦ୍ରିତ ଏବଂ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ବିଜ୍ଞାପନ ମାଧ୍ୟମରେ ଏହାର ବ୍ୟାପକ ପ୍ରଚାର ପ୍ରସାର ଓ ଉତ୍ସବକୁ ଜାତୀୟସ୍ତରୀୟ ମାନ୍ୟତା ପ୍ରଦାନ ନିମନ୍ତେ ହେଉଥିବା ଉଦ୍ୟମକୁ ଦୃଷ୍ଟିରେ ରଖି ଲୋକସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଏକ ସଞ୍ଚାଳିତ ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଶାଳ ଆୟୋଜନକୁ ଦୃଷ୍ଟିରେ ରଖି ଆର୍ଥିକ ଅନୁଦାନକୁ ବୃଦ୍ଧି କରିବା ଲାଗି ଜିଲାପାଳ ଅନୁରୋଧ କରିଥିଲେ। କଟକ ଡିସିପି ପିନାକ ମିଶ୍ର କହିଥିଲେ, ଲକ୍ଷାଧିକ ଦର୍ଶକ କଟକ ବାଲିଯାତ୍ରାକୁ ଆଗମନ କରୁଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯିବ। ଘଟଣାମୁକ୍ତ ବାଲିଯାତ୍ରା ଆୟୋଜନ କରାଇବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ଗାଡ଼ି ରହଣିସ୍ଥଳ ଚିହ୍ନଟ, ଯାନବାହନ ନିୟନ୍ତ୍ରଣ, ୱାଚ୍‌ ଟାୱାର ନିର୍ମାଣକୁ ପ୍ରାଧାନ୍ୟ ଦିଆଯିବା ସହ ଆବଶ୍ୟକସ୍ଥଳେ ଅତିରିକ୍ତ ଫୋର୍ସ ନିୟୋଜନ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ।
ଏହି ବୈଠକରେ ଅତିରିକ୍ତ ଜିଲାପାଳ ଉମାକାନ୍ତ ରାଜ, କଟକ ଜିଲା ପରିଷଦର ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଉପନିର୍ଦ୍ଦେଶକ ତଥା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମକରନ୍ଦ ବେଉରା, ବାରଙ୍ଗ ତହସିଲଦାର ସଙ୍କଳ୍ପ ସ୍ବସ୍ତିକ ସାହୁ, କଟକ ସଦର ତହସିଲଦାର ସୁଜୟ କୁମାର ପତି ଓ ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri