ବଲାଙ୍ଗୀର ଅଫିସ,୧୫।୮: ବଲାଙ୍ଗୀର ସହର ମନୋହରପୁର ପୋଲିସ ପଡ଼ିଆରେ ୭୫ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଦେଶର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଦେଶ ଗଠନରେ ସକ୍ରିୟ ଭାଗୀଦାରି ପାଇଁ ଆହ୍ବାନ ଜଣାଇଥିଲେ । ଜିଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଉପଜିଲାପାଳ ଲମ୍ବୋଦର ଧରୁଆ, ଆଡିସିନାଲ ଏସ୍ପି ମନୋରଞ୍ଜନ ପ୍ରଧାନଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।