ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍ରେ ସୋମବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍ରେ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି । ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ସମସ୍ୟା ବହୁମାତ୍ରାରେ ଦୂର ହୋଇପାରିବ।