ଭୁବନେଶ୍ୱର,୨୩ା୮(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ମ୍ୟାନ୍ମାର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପ୍ଲାଇନ ରହିଛି। ଏହାର ପ୍ରଭାବରେ ୨୩ ଓ ୨୪ ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।