ଆସୁଛି ବାତ୍ୟା, ଜାଣନ୍ତୁ କେଉଁ ଦିନ କେତେ ବେଗରେ ବହିବ ପବନ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ଅର୍ଥାତ୍‌ ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରବାହରେ ଆଜି ଓ ଉପକୂଳରେ ଘଣ୍ଟାପ୍ରତି ୪୪ରୁ ୫୫ କିମି ବେଗରେ ପବନ ବହିବ। ସମ୍ଭାବ୍ୟ ବାତ୍ୟାଟି ଗଭୀର ଅବପାତରେ ପରିଣତ ହେବା ପରେ ଓ ଉପକୂଳରେ ପବନର ବେଗ ବଢିବ ବୋଲି ଜଣାପଡିଛି। ଗଭୀର ଅବପାତ ପରେ ଆସନ୍ତାକାଲି ବାତ୍ୟାର ରୂପ ନେବ ଏବଂ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିମି ରହିବ। ୨୪ ତାରିଖ ସକାଳେ ଭୀଷଣ ବାତ୍ୟାର ରୂପ ନେବାପରେ ପବନର ବେଗ ବଢିବ। ଘଣ୍ଟାପ୍ରତି ୯୦ରୁ ୧୦୦ କିମି ବେଗରେ ପବନ ବହିବ।

ସମ୍ଭାବ୍ୟ ବାତ୍ୟା ଉପକୂଳ ଅତିକ୍ରମ କରିବାବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହାପରେ ଲ୍ୟାଣ୍ଡଫଲ କରିବା ପରେ ୨୫ ତାରିଖ ସକାଳେ ଓଡ଼ିଶା ଉପକୂଳରେ ପବନର ବେଗ କମିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୫ରୁ୮୫ କିମି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ...

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି...

ମଝିରାତିରେ ଲ୍ୟାଣ୍ଡଫଲ୍‌! ୭ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା...

Featured Video Play Icon

ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍‌ ହେଲେ ସବୁ ସରିଲା…

ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା...

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ...

Featured Video Play Icon

ବାତ୍ୟା ପୂର୍ବରୁ ଆଳୁ ଗାଏବ୍‌

ସମ୍ଭାବ୍ୟ ବାତ୍ୟା ଦାନା ପୂର୍ବରୁ ଜଟଣୀ ପରିବା ବଜାରରୁ ଆଳୁ ଉଭାନ । ଯେଉଁ କିଛି ଆଳୁ ମହଜୁଦ ରହିଛି ଚଡ଼ା ଦରରେ ବିକ୍ରି କରୁଛନ୍ତି...

ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ...

ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri