ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ କେତେ ବେଗରେ ପବନ ହେବ ସେ ନେଇ ସୂଚନା ଜାରି କରାଯାଇଛି।

ପୂର୍ବାନୁମାନ ଅନୁଯାୟୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ବାଲେଶ୍ୱରରେ ପବନର ବେଗ ୧୦୦ ରୁ ୧୧୦ କିଲୋମିଟର ବା ସର୍ବାଧିକ ବେଗରେ ୧୨୦ କିଲୋମିଟର ବେଗରେ ଗତି କରିବାର ସମ୍ଭାବନା ରହିଛି।

ସେହିଭଳି ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାଗୁଡିକରେ ୬୦ ରୁ ୯୦ କିଲୋମିଟର ବେଗରେ, ସର୍ବାଧିକ ୧୦୦ କିଲୋମିଟର ବେଗରେ ପବନର ବେଗ ଅନୁଭବ କରିବାର ସମ୍ଭାବନା ରହିଛି।

ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, ଦେଓଗଡ, ସୁନ୍ଦରଗଡ ଜିଲାର ବିଭିନ୍ନ ସ୍ଥାନରେ ପବନର ବେଗ ୫୦ ରୁ ୬୦ କିଲୋମିଟର ବେଗରେ, ସର୍ବାଧିକ ୭୦ କିଲୋମିଟର ରହିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦିଗରେ ଯାଇ ବାଲେଶ୍ୱର ଏବଂ ସାଗର ଆଇଲାଣ୍ଡ ମଧ୍ୟରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ସମୟରେ ବାତ୍ୟା ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିବ ବୋଲି ପାଣିପାଗ ବିଭାଗ କହିଛି।

ବାତ୍ୟା ପ୍ରଭାବରେ ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ। ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଉର୍ଦ୍ଧ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ପକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି।...

ଗଭୀର ଅବପାତ ନେଲା ବାତ୍ୟାର ରୂପ: ରାଡାର ଇମେଜରେ ଦୁଶ୍ୟମାନ ହେଲା ବାତ୍ୟାର ଚିତ୍ର

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି।...

ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍‌ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର...

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ...

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା...

ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା...

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri