ମାଡ ହେଲା ବାତ୍ୟା: ୩ ଯାଏଁ ଓଡ଼ିଶାର ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧ା୧୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ଫେଙ୍ଗାଲ’ର ରୂପ ନେଇଥିବାବେଳେ ଶନିବାର ରାତିରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ପବନ ଲାଗିରହିଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ କୋହଲା ପାଗ ରହିଥିବାବେଳେ ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ରବିବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ ଏବଂ ଖୋର୍ଦ୍ଧା ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ଅଛି। ୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ସେହିପରି ୩ ତାରିଖରେ ମାଲକାନଗିରି ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସୂଚନା ଥାଉକି, ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ, କେନ୍ଦୁଝର, କନ୍ଧମାଳ, ଦେବଗଡ଼, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ନୟାଗଡ଼ ଆଦି ଜିିଲାର କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବା ରାତି ତାପମାତ୍ରା ବିଭିନ୍ନ ସ୍ଥାନରେ ସାମାନ୍ୟ ବୃଦ୍ଧି ପାଇଛି। ଅନ୍ୟାନ୍ୟ ଜିଲାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ସର୍ବାଧିକ ତାପମାତ୍ରା ଛତ୍ରପୁରରେ ୩୦.୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଥିବାବେଳେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୧୦.୪ ଡିଗ୍ରୀ ସେଲସିୟସ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri