Categories: ରାଜ୍ୟ

ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗମୁହାଁ ହେବ । ଆସନ୍ତା ୨୪ ତାରିଖ ମଧ୍ୟରାତ୍ରିରେ ଏହା କେନ୍ଦ୍ରାପଡ଼ା ଓ ଭଦ୍ରକ ମଧ୍ୟ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି।

Share