ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଏବଂ ୯ରୁ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ। ଆଉ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।