ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। କଟକ ଓ ଭୁବନେଶ୍ୱରରେ ମଧ୍ୟ ସକାଳୁ ସକାଳୁ ବର୍ଷା ହୋଇଛି।
ବୁଧବାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏହି ୩ ଜିଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।  ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ମିଳିଛି।
Share