ବାତ୍ୟା ‘ରେମଲ’ ଆଣୁଛି ବର୍ଷା

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ ଦକ୍ଷିଣ- ପଶ୍ଚିମ ଏବଂ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କି.ମି. ଦକ୍ଷିଣରେ କେନ୍ଦ୍ରୀଭୂତ ରହି ଧୀରେ ଧୀରେ ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତଟି ଅଧିକ ତୀବ୍ର ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ରେମଲ’। ଶନିବାର ସନ୍ଧ୍ୟା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ଏହାପରେ ‘ରେମଲ’ ଉତ୍ତର ଦିଗକୁ ଗତି କରି ୨୬ ତାରିଖ ମଧ୍ୟ ରାତ୍ରିରେ ସାଗର ଦ୍ୱୀପ ଓ ଖେପୁପାରା ମଧ୍ୟ ଦେଇ ଅଗ୍ରସର ହେବା ପରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବୋହିବ। ମଝିରେ ମଝିରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୬୦ କି.ମି. ପର୍ଯ୍ୟନ୍ତ ରହିବ। ସେହିପରି ୨୬ ତାରିଖ ସକାଳଠାରୁ ବାଲେଶ୍ୱର ଓ ଭଦ୍ରକ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ବେଗରେ ପବନ ବୋହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପକ୍ଷରୁ ଏହି ୪ ଜିଲାକୁ ସତର୍କ କରିବା ସହ ସମ୍ଭାବ୍ୟ ସ୍ଥିତିର ମୁକାବିଲା କରିବାକୁ ଜିଲାପାଳମାନଙ୍କୁ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦେଇଛନ୍ତି।
ସେପଟେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିଛି। ଶୁକ୍ରବାର ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୪୧.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ରେ ୪୧, ବୌଦ୍ଧ ଓ ସୋନପୁରରେ ୪୦.୫, ନୂଆପଡ଼ାରେ ୪୦.୪ ଡିଗ୍ରୀ ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri