ଭୁବନେଶର,୭।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛିି। । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଣ୍ଡାମାନ ସାଗରରେ ସ୍ପଷ୍ଟ ଭାବେ ଦୃଶ୍ୟ ହେଉଥିବା ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବା ପରେ ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହି ବାତ୍ୟା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରି ମେ ୧୦ ତାରିଖ ସୁଦ୍ଧା ଆନ୍ଧ୍ର-ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା ରହିଛି।