ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ସମ୍ବେଦନଶୀଳ ଅଞ୍ଚଳର ସମସ୍ତ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ବୁଧବାର ସୂର୍ଯ୍ୟାସ୍ତ ପୂର୍ବରୁ ସମସ୍ତଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ଅଣାଯିବ। ଏବେ ବାତ୍ୟା ଆଶ୍ରୟସ୍ଥଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇସାରିଛି। ପ୍ରଭାବିତ ହେବାକୁ ଥିବା ଜିଲାରେ ୮୬୪୭ଜଣ ଗର୍ଭବତୀଙ୍କୁ ଚିହ୍ନଟ କରାଯାଇଛି। ସମସ୍ତଙ୍କୁ ହସ୍ପିଟାଲ ଅଣାଯିବ। ସେହିଭଳି ବିଭିନ୍ନ ସ୍ଥାନରେ ୫୧ ଓଡ଼୍ରାଫ ଟିମ୍‌ ମୁତୟନ ହୋଇସାରିଥିବା ସେ କହିଛନ୍ତି।

ପ୍ରକାଶ ଯେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏବେ ଏହା ୭ କିମି ବେଗରେ ଗତି କରୁଥିବା ବେଳେ ପାରାଦୀପଠାରୁ ୬୯୦ କମି ଦୂରରେ ରହିଛି। ବୁଧବାର ସୁଦ୍ଧା ଏହା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।

Share