Categories: ରାଜ୍ୟ

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୨୪।୧୧: ଦକ୍ଷିଣ ଆଣ୍ଡାମାନ୍‌‌ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାରବେଳକୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ମଙ୍ଗଳବାର ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ରାଜ୍ୟ ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ, ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଆକାଶ ମେଘୁଆ ରହିବା ସହ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

 

Share