ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୬୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୩ ରେ ପହଞ୍ଚିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୩ ହଜାର ୪୪୫ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୪୦୪ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୨୬୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୨୭ ହଜାର ୩୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୨ ହଜାର ୩୨୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୪୧୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୩୧ ,ମହାରାଷ୍ଟ୍ରରେ ୧୨୩ ଜଣ ଏବଂ ମିଜୋରାମ୍‌ରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୪ କୋଟି ୫୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୫୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share