ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୯ ହଜାର ୭୦ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୩ ହଜାର ୯୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୬ ରହିଛି। ଅପରପକ୍ଷରେ ୪ ଲକ୍ଷ ୬ ହଜାର ୮୨୨ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୭ ହଜାର ୮୬୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୬୮ ଲକ୍ଷ ୧୦ ହଜାର ୪୯୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୫ ଲକ୍ଷ ୯୧ ହଜାର ୬୫୭ ଡୋଜ ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୮୩ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୦ ଲକ୍ଷ ୯୯ ହଜାର ୭୭୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୯ ଲକ୍ଷ ୩୪ ହଜାର ୪୫୫ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri