Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ
ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ। ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ଭ୍ରମଣ ସୁଯୋଗ ମିଳିବ। ଆକସ୍ମିକ ଭାବରେ ଆତ୍ମୀୟଙ୍କ ନିକଟରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।
ବୃଷ
ବୃଷ
ଅନ୍ୟମାନଙ୍କ କାନକୁ ମଧୁର ଲାଗିଲା ଭଳି କଥା କହି କାମ ହାସଲ କରିବେ। ବହୁ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ, କିନ୍ତୁ ପ୍ରକାଶ୍ୟରେ କିଛି କହି ପାରିବେ ନାହିଁ। ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ପରିବାରର ବରାଦ କ୍ରମେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ।
ସି˚ହ
ସି˚ହ
ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁଣ୍ଣ କରିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ସକାଳ ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି। ଜଣେ ପଡୋଶିନୀ ଆର୍ଥିକ ସାହାଯ୍ୟ କରିବେ।
କନ୍ୟା
ଆପଣଙ୍କ ଅଭାବୀ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଗବେଷଣା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ସଭାସମିତିରେ ରୋକ୍‌ଠୋକ୍‌ କଥା ଓ କାର୍ଯ୍ୟକଳାପ ପାଇଁ ପରିବାର ମଧ୍ୟରେ ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଅଫିସ୍‌ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ। ଅସୁସ୍ଥ ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ। ପ୍ରକାଶନ, ଗବେଷଣା, ଚୁକ୍ତିପତ୍ର, ଆଲୋଚନା ତଥା ଲେଖାପଢାରୁ ଶୁଭଫଳ ପାଇବେ।
ବିଛା
ବିଛା
ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ରକରି ଅଧିକାଂଶ ସମୟ ମନ ବିଚଳିତ ରହିବ। ଅନ୍ୟମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ହୋଇପାରେ। ପାରିବାରିକ ସମସ୍ୟା ବଢିବ। ମନ କଥା ମନରେ ରହିଯିବ ସିନା ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କରନ୍ତୁ ନାହିଁ।
ଧନୁ
ଧନୁ
ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।
ମକର
ମକର
ଆଜି ଦିନରେ ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସଫଳ ହେବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଏଣୁ ସତର୍କ ରହିବା ଭଲ ହେବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଠିକ୍‌ ରହିଲେ ମଧ୍ୟ ସମସ୍ୟାଜନିତ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ଇଚ୍ଛା ନ ଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ। ପରିବାରରେ ସାଧାରଣ ଭୁଲ୍‌ ବୁଝାମଣାକୁ ଦୂରେଇନେଲେ ଉପକୃତ ହେବେ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ।
ମୀନମୀନ
ସମସ୍ୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ପ୍ରିୟ ବନ୍ଧୁଟି ସହ ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସକାଳୁ ସକାଳୁ ଆଶା କରୁଥିବା କୌଣସି ଖବର ସହକର୍ମୀଙ୍କ ନିକଟରୁ ପାଇ ଖୁସୀ ହୋଇଯିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri