Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ
ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଷଷ୍ଠସ୍ଥ ମଙ୍ଗଳ ହେତୁ ଜମିଜମା ସମ୍ବନ୍ଧୀୟ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଯାତ୍ରା ସମୟରେ ପରିବହନରେ ଝଗଡ଼ା ଲାଗିବାର ସୂଚନା ରହିଛି। ପାରିବାରିକ କ୍ଷେତ୍ର ମନ୍ଦ ନ ହେଲେ ମଧ୍ୟ ପ୍ରକାରର ରହିବ।
ବୃଷ
ବୃଷ
ଗୁରୁଚଣ୍ଡାଳ ଯୋଗ ପ୍ରଭାବରେ ପରିବାରରେ ଅନର୍ଥ ସୃଷ୍ଟି ହୋଇପାରେ। କୌଣସି ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ନ ପାଇ ବିକଳ୍ପ ଚିନ୍ତା କରିପାରନ୍ତି। କଚେରି ମାମଲାରେ ବାନ୍ଧି ହୋଇପଡ଼ିଥିବା ବ୍ୟକ୍ତିମାନେ ଆଶ୍ୱସ୍ତି ଲାଭ କରିବେ। ବ୍ୟବସାୟିକ ସ୍ଥିତି ପୂର୍ବଭଳି ରହିବା ସାଙ୍ଗକୁ ସନ୍ତାନହେତୁକ ଗୌରବାନ୍ବିତ ହେବେ।
ମିଥୁନ
ମିଥୁନ
ରବି ଓ କେତୁଙ୍କ ମଧ୍ୟବର୍ତ୍ତୀ ମଙ୍ଗଳଜନିତ ଟିକିଏ କଥାରେ ରାଗିଯିବା କାରଣରୁ କଳହ ସୃଷ୍ଟି ହୋଇପାରେ। କୌଣସି କାମରେ ବ୍ୟସ୍ତ ରହିବା ହେତୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମ ହାସଲ କରିବେ। କଳା, ସାହିତ୍ୟ କ୍ଷେତ୍ରରେ ବନ୍ଧୁଙ୍କ ମତ ପାର୍ଥକ୍ୟ ଦେଖାଦେବ।
କର୍କଟ
କର୍କଟ
ମୁଖଭାବସ୍ଥ ବୁଧାଦିତ୍ୟ ହେତୁ ଅପ୍ରିୟ ସତ୍ୟ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ସାମାଜିକ ସ୍ତରରେ ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। କୌଣସି ବନ୍ଧୁ ଈର୍ଷାଭାବ ପୋଷଣ କରିପାରନ୍ତି।
ସି˚ହ
ସି˚ହ
କଠୋର ପରିଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ମାନସିକ ଅଶାନ୍ତି ସାଙ୍ଗକୁ ମଙ୍ଗଳଙ୍କ ପ୍ରଭାବରେ ବ୍ୟବହାରରେ କଠୋରତା ତିକ୍ତତା ସୃଷ୍ଟି କରିବ। ରାଜନୈତିକ କ୍ଷେତ୍ରରେ ଆଜିର ଆଲୋଚନା ସରଗରମ ରହିବାର ସୂଚନା ରହିଛି। କଳା, କ୍ରୀଡ଼ା, ସଙ୍ଗୀତ, ସାହିତ୍ୟ ତଥା ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
କନ୍ୟା
ରାଶିରେ ତୃତୀୟାଧିପତି ହେତୁ ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନକୁ ପ୍ରଶଂସା କରିବେ। ବିଳମ୍ବରେ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରନ୍ତି। ବନ୍ଧୁଙ୍କ ସହିତ କଥାବାର୍ତ୍ତା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଈର୍ଷାପର ମନୋଭାବ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।
ତୁଳା
ତୁଳା
ଏକାଦଶସ୍ଥ ରବି ଓ ବୁଧଜନିତ ସମସ୍ୟାର ସମାଧାନ କରିବା ସହ ନିଜକୁ ମାନସିକ ସ୍ତରରେ ଦୃଢୀଭୂତ କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ମଧ୍ୟ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ସହକର୍ମୀଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବିଛା
କେନ୍ଦ୍ରସ୍ଥ ଶନି ହେତୁ କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବା କାରଣରୁ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଛୋଟ କଥାକୁ କେନ୍ଦ୍ରକରି ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ଧନୁ
ଧନୁ
ଅନୁକୂଳ ଗ୍ରହସ୍ଥିତିରୁ ଆଜି ଏକ ସମ୍ମାନଜନକ ସ୍ଥିତିରେ ସହାୟତା ଲାଭ କରିବେ। କିନ୍ତୁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାରେ ଈର୍ଷାନ୍ବିତ ନିଜ ଲୋକମାନେ ଦାଉ ସାଧିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଏପରିକି ସାଂସ୍କୃତିକ କ୍ଷେତ୍ରରେ ମଧ୍ୟ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ।
ମକର
ମକର
ଶୁକ୍ରଙ୍କ ଦୃଷ୍ଟି ପ୍ରଭାବରେ ଗତକାଲିଠାରୁ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନଷ୍ପତ୍ତି ନେବେ। ପାରିବାରିକ କ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ବନ୍ଧୁଙ୍କ ସହ ଯାତ୍ରା କାଳରେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନି ହେତୁ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ତଥାପି ଦ୍ୱନ୍ଦ୍ୱରେ ପଡ଼ି କେତେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ନିଜ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ

ଚନ୍ଦ୍ର ଓ ଶୁକ୍ରଙ୍କ ଶୁଭ ସଂସ୍ଥାନ ହେତୁ ଦିନଟି ସବୁ ଦିଗରୁ ଅତି ଭଲରେ ଅତିବାହିତ ହେବ। କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ। ଅର୍ଥ ଓ ସମ୍ମାନ, ସଦ୍ଦିଚ୍ଛାର ଅଭାବ ରହିବ ନାହିଁ। କିନ୍ତୁ ଅବହେଳା ନ କରି ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri