Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ
ଆଜି ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ। ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଦିନଟି ଯାତ୍ରା ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ। କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଆଜି ଆର୍ଥିକ ସ୍ଥିତି ଭଲ ରହିବ କିମ୍ବା ଅର୍ଥ ସମସ୍ୟା ସୁଧୁରି ଯିବ। କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ, ଯଦ୍ଦ୍ବାରା ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧିରେ କାର୍ଯ୍ୟ ସାଧନରେ ସମର୍ଥ ହେବେ। ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। କିନ୍ତୁ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉସତ୍ାହିତ ହେବେ। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ପଶ୍ଚାତ୍ତାପ କରିବାକୁ ପଡ଼ିପାରେ।
ତୁଳା
ତୁଳା
ପ୍ରତ୍ୟେକ କାମରେ ସଫଳତା କାରଣରୁ ମାନସିକ ସ୍ଥିତି ଭଲ ରହିବ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶରେ ପଛେଇ ଯାଇପାରନ୍ତି। ସ୍ବାତୀର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମାଲିମକଦ୍ଦମାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି। ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିବେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମକର
ମକର
ଆଜି ସାଧାରଣ କଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ଗତକାଲିଠାରୁ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ପରିବାରରେ ମତାନ୍ତର ଅଶାନ୍ତିର କାରଣ ପାଲଟି ଯାଇପାରେ। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ଆମତ୍ୀୟ ସ୍ବଜନ କିମ୍ବା ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri