Posted inRasifala

ରାଶିଫଳ: ବୁଧବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଓ ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ । କିନ୍ତୁ ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇପାରନ୍ତି । ଅଫିସ୍‌ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ବନ୍ଧୁଙ୍କ ପରାମର୍ଶରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି ।
ମିଥୁନ
ମିଥୁନ
ନିଜ ଲୋକଙ୍କ ସାହାଯ୍ୟରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରନ୍ତି । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କ୍ଷେତ୍ରରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଗସ୍ତକାଳରେ ଅନ୍ୟମନସ୍କହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି ।
କର୍କଟ
କର୍କଟ
ପର କଥାରେ ଭୁଲ୍‌ ମାର୍ଗ ଅନୁସରଣ କରି ଅପଦସ୍ଥ ହେବେ । ଅର୍ଥ ଓ ସମ୍ମାନ ବୃଦ୍ଧି ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ । ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ କିଛି ବ୍ୟତିକ୍ରମ ପରିଲକ୍ଷିତ ହେବ ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅନ୍ୟମାନଙ୍କଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସଙ୍ଗକୁ ମତାନ୍ତର ଦେଖା ଦେଇପାରେ। ମିତ୍ର କେହି ଛଳନା କରି ଦୂରେଇ ଯାଇପାରନ୍ତି ।
କନ୍ୟା
ଆଜି ପ୍ରତ୍ୟେକ କାମ ଠିକ୍‌ ସମୟରେ ସମ୍ପନ୍ନ ହେବା କାରଣରୁ ଖୁସି ରହିବେ । ବାଣିଜ୍ୟ, ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପରେ ଆଶାଜନକ ସୁଫଳ ମିଳିବ । କଠିନ ପରିଶ୍ରମଜନିତ ଆକସ୍ମିକ ଭାବରେ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପ୍ରତ୍ୟୁପତ୍ନମତିତା କାରଣରୁ ଅସୁବିଧାଜନକ ସ୍ଥିତିରୁ ମଧ୍ୟ ମୁକୁଳିଯିବେ ।
ତୁଳା
ତୁଳା
ଘରୋଇ ସମସ୍ୟା ସମାଧାନ ହୋଇଯିବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଚାକିରି କ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସତ୍‌ସଙ୍ଗ କିମ୍ବା ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିୟୋଜିତ ହୋଇ ଖୁସି ହେବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ ।
ବିଛା
ବିଛା
ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅବସାଦ ଲାଗି ରହିପାରେ । ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ଜ୍ୟେଷ୍ଠା ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ନିର୍ଭିକତା ଓ ସତ୍ୟ ଭାଷଣରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ ।
ଧନୁ
ଧନୁ
ଅଚାନକ ଭାବରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ; ଯାହା କି ଆପଣଙ୍କ କାମ ସୁବିଧାରେ ହୋଇଯିବ। ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା ପ୍ରତି ଆଗ୍ରହ ବଢିପାରେ ।
ମକର
ମକର
କର୍ମକ୍ଷେତ୍ରରେ ପରୋକ୍ଷ ସାହାଯ୍ୟ ଲାଭ କରି ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଏଥି ସକାଶେ କଳହ କରିବାକୁ ପଡିପାରେ । ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇବେ । ଅନ୍ୟମନସ୍କ ରହିବା କାରଣରୁ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ଯାହା ଥାଉନା କାହିଁକି ଅନ୍ୟମାନଙ୍କୁ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ନିର୍ମାଣ କାମ ଧିମେଇ ଯିବାରୁ ସାମୟିକ ବ୍ୟସ୍ତତା ଅନୁଭଭ କରିପାରନ୍ତି । ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବ । ବ୍ୟବସାୟିକ ସଫଳତା ଅବଶ୍ୟ ମିଳିବ ତଥାପି ସଂକଟଜନକ ସ୍ଥିତି ସମ୍ପୂର୍ଣ୍ଣ ସୁଧୁରି ପାରିବ ନାହିଁ ।
ମୀନମୀନ
ଆଜି ଦିନଟିରେ ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ନିଜ ପରିସରରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଜଣେ କାମରେ ଅସହଯୋଗ କରିପାରେ । ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ପରିବାରରେ ଛୋଟ ଛୋଟ କଥାରେ କଳହ ଲାଗିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri