Posted inRasifala

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ପାଇବେ। ନିର୍ମାଣ, ପ୍ରଶାସନିକ ସ୍ତରରେ ଆଲୋଚନା ସ୍ଥଗିତ ରହିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପାରିବାରିକ ଅସ୍ଥିରତା କାରଣରୁ ଅଶ୍ୱିନୀ ନକ୍ଷତ୍ର ମାନସିକ ସ୍ତରରେ ଅଶାନ୍ତ ରହିବେ।
ବୃଷ
ବୃଷ
ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। କୃତ୍ତିକା ନକ୍ଷତ୍ରର କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଏଜେନ୍ସିପ୍‌, ପ୍ରଶାସନରେ ସମସ୍ୟା ଦୂର ହେବ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ। ସାଧାରଣ କଥାରେ ଯୁକ୍ତିତର୍କ କରି କଳହକୁ ନିୟନ୍ତ୍ରଣ କରିପାରନ୍ତି। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ଆଶଙ୍କା କରି ମନ ଅସ୍ଥିର ରହିବ। ଆରଦ୍ରା ନକ୍ଷତ୍ର ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ସାମାନ୍ୟ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ପାରିବାରିକ ଦ୍ୱନ୍ଦ୍ୱ ମନକୁ ଭାରାକ୍ରାନ୍ତ କରିବ। ଭାବପ୍ରବଣତା ବୃଦ୍ଧି ପାଇବା ହେତୁ ତାହା ସୁଯୋଗ ହରାଇବାରେ ସାହାଯ୍ୟ କରିବ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁଷ୍ୟା ନକ୍ଷତ୍ରର ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମ ସମସ୍ୟାବହୁଳ ରହିବ କିନ୍ତୁ ସାମାନ୍ୟ ଡେରିରେ କାମ ସମ୍ପନ୍ନ ହେବ। କୌଣସି ସ୍ଥାନକୁ ଯିବା ସମୟରେ ନିଜର ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ପୂର୍ବାଫାଲଗୁନୀ ନକ୍ଷତ୍ରର ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ। ଚାକିରି କ୍ଷେତ୍ରରେ ବହୁତ ଦିନରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ।
କନ୍ୟା
ପ୍ରତ୍ୟେକ ସ୍ତରରୁ ସାହାଯ୍ୟ ଲାଭ କରି ଚେଷ୍ଟା କରୁଥିବା କାମରେ ଆଗ୍ରହ ପ୍ରକାଶ କରିବେ। କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଠକାମିରେ ପଡ଼ିବେ। ଷ୍ଟେସନାରୀ ଜିନିଷ, ଧାତୁ ଅଳଙ୍କାର ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଉତ୍ତରାଫାଲଗୁନୀ ନକ୍ଷତ୍ର ବ୍ୟବସାୟରେ ଅର୍ଥ ସମ୍ପର୍କରୁ ଖୁସି ରହିବେ।
ତୁଳା
ତୁଳା
ଆଜି ସକାଳୁ ଘରେ ସାଧାରଣ କଥାରେ ଝଗଡ଼ା ହେବାର ସମ୍ଭାବନା ରହିଛି। ଯାନବାହନରେ ସତର୍କ ରହିବା ଭଲ, ନତୁବା ପର କ୍ଷଣରେ ମନସ୍ତାପ କରିବାକୁ ପଡ଼ିବ। ଆଲୋଚନା, ରାଜନୀତି, ସଭାସମିତିରେ ସଫଳତା ହାସଲ କରିବେ। ଚିତ୍ରା ନକ୍ଷତ୍ର କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ବିଛା
ବିଛା
ଅଯଥା ଗୁଡ଼ାଏ ଚିନ୍ତା ମନକୁ ନ ଆଣି କାମରେ ଲାଗି ପଡ଼ିବା ଭଲ ହେବ। ପୂର୍ବରୁ ଆଲୋଚନା କରିଥିବା ଅନୁଯାୟୀ ବନ୍ଧୁଙ୍କଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଜ୍ୟେଷ୍ଠା ନକ୍ଷତ୍ର ମନପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଧନୁ
ଧନୁ
ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ ହେବା କାରଣରୁ ଖୁସି ରହିବେ। ମୂଳା ନକ୍ଷତ୍ର ମୂଲ୍ୟବାନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ। ଗୃହ, ଜମିଜମା, ପ୍ଲଟ କାରବାର, ଏଜେନ୍ସିପ୍‌ ସମ୍ପର୍କୀୟ ଚିନ୍ତା କରିପାରନ୍ତି। ଆପଣଙ୍କ ଅନୁରୋଧ ରକ୍ଷାପୂର୍ବକ ବନ୍ଧୁ କାମଟି କରିଦେବେ।
ମକର
ମକର
ଯାହା କରିବାକୁ ମନସ୍ଥ କରିଛନ୍ତି, ତାହା ଶୀଘ୍ର ଆରମ୍ଭ କରିଦେବା ଭଲ ହେବ କିଛି ଅସୁବିଧା ହେବ ନାହିଁ। ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। କୌଣସି ଶୁଭ ମାଙ୍ଗଳିକ କାମ ସକାଶେ ବ୍ୟସ୍ତ ରହିପାରନ୍ତି। ଧନିଷ୍ଠାନକ୍ଷତ୍ରର ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ।
କୁମ୍ଭ
କୁମ୍ଭ
ପାରିବାରିକ ସମସ୍ୟା ବୃଦ୍ଧି ପାଇବା କାରଣରୁ ସବୁ କିଛି ଠିକ୍‌ ଥିଲେ ମଧ୍ୟ ମନରେ ସରସତା ରହିବ ନାହିଁ। ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ପୂର୍ବଭାଦ୍ରବ ନକ୍ଷତ୍ରର ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ।
ମୀନମୀନ

ଉତ୍ତରଭାଦ୍ରବ ନକ୍ଷତ୍ର ପୂର୍ବକଳ୍ପିତ ନୂତନ ଯୋଜନା କରିବାରେ ମନ ଦେବେ। ନିକଟ ସମ୍ପର୍କୀୟମାନେ କ୍ରମଶଃ ନିକଟତର ହେବାରେ ଲାଗି ପାରନ୍ତି। ବାଦବିବାଦରେ ଆପୋସ ସମାଧାନ ଘଟିବ। ପରିବାରରେ ଅଶାନ୍ତ ଦୂର ହେବାରେ ପାଖ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ କାରଣରୁ ଆପଣଙ୍କ କାମ ନିର୍ବିଘ୍ନରେ ସମ୍ପନ୍ନ ହେବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri