Posted inRasifala

ରାଶିଫଳ: ସୋମବାର , ଅକ୍ଟୋବର ୩୦ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର କୌଣସି କାମ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଆମଦାନୀ କାରବାରରେ ଲାଭବାନ ହେବେ। ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ।
ବୃଷ
ବୃଷ
ଅଧିକାଂଶ ସମୟ ଅନ୍ୟମନସ୍କ ରହିବା କାରଣରୁ ବାରମ୍ବାର ଭୁଲ୍‌ କରିବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ। ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ଏବଂ ଧାରକରଜ କରିବାକୁ ପଡ଼ିବ।
ମିଥୁନ
ମିଥୁନ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା, ରଚନାମତ୍କ କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିପାରେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୈାଣସି ଭୁଲ୍‌ କରିପାରନ୍ତି। ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ ଏବଂ ବନ୍ଧୁଙ୍କ ସାହାଯ୍ୟରୁ ଉପକୃତ ହେବେ।
କର୍କଟ
କର୍କଟ
କୌଣସି ସମସ୍ୟା ସମ୍ବନ୍ଧରେ ଆଲୋଚନା କରି ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଅଫିସ୍‌ରେ ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ସ୍ଥଗିତ କାମଗୁଡ଼ିକ ଶୀଘ୍ର ଶେଷ କରିବାକୁ ଆଶାକରି ବ୍ୟସ୍ତ ହୋଇପଡ଼ିବେ। ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ ଏବଂ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆଜି ଅପରାହ୍ନରେ ଖୋଜୁଥିବା ଜିନିଷ ପାଇବେ। କନ୍ୟାଙ୍କ ବିବାହ ପ୍ରସ୍ତାବ ନେଇ ଜଣେ ବ୍ୟକ୍ତି ହଠାତ୍‌ ଆସିପାରନ୍ତି।
କନ୍ୟା
କ୍ରମଶଃ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କଥା କହି ବିରୋଧୀ ହୋଇପାରନ୍ତି। ପିଲାଙ୍କ ସଫଳତାରେ ଉତ୍‌ଫୁଲ୍ଲିତ ହେବେ। କୌଣସି ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି।
ତୁଳା
ତୁଳା
ବନ୍ଧୁଙ୍କ ସମ୍ମୁଖରେ ମନକଥା ପ୍ରକାଶ କରିପାରିବେ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଅଫିସ୍‌ରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ। ହଠାତ୍‌ କୌଣସି ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ସ୍ଥଗିତ ରହିଥିବା କାମର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
ଧନୁ
ଧନୁ
ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ମକର
ମକର
ମାନସିକ ଦ୍ୱନ୍ଦ୍ୱ, ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ମିତ୍ରମାନେ ସହଯୋଗର ହାତ ବଢାଇବେ ଏବଂ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପାରିବାରିକ ସ୍ଥିତି ଓ ପରିବହନ ପ୍ରଭୃତିରେ ଅଶା ପୂରଣ ହେବ।
କୁମ୍ଭ
କୁମ୍ଭ
ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଆପଣଙ୍କୁ ସାକ୍ଷାତ କରିବା ସକାଶେ ଘରକୁ ବନ୍ଧୁ କେହି ଆସିପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ପରିସ୍ଥିତିବଶତଃ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଗୁରୁପାକ ଦ୍ରବ୍ୟ ଭୋଜନ, ଗଠନମୂଳକ କାଯର୍‌ୟ ପ୍ରତି ମନ ବଳିପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ରଙ୍କ ପ୍ରଭାବରେ ସ୍ବାସ୍ଥ୍ୟହାନି ସାଙ୍ଗକୁ ପ୍ରତ୍ୟେକ କାମରେ ସମସ୍ୟାର ସମ୍ମୁଖୀନ ହେବେ। ସାମାଜିକ, ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ହେତୁ ସଫଳତା...

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ସଫଳତା ଯୋଗୁ ଟେନସନ୍‌ କମିଯିବ।...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ରାହୁ ଦୃଷ୍ଟ ଚନ୍ଦ୍ରଙ୍କ ହେତୁ ଅସ୍ଥିରତାଜନିତ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଆପଣଙ୍କ ଅଭିଳାଷ ପୂର୍ଣ୍ଣତା ଲାଭ କରିବ। କାର୍ଯ୍ୟସିଦ୍ଧି ଘଟିବା ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ...

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣାରୁ ଆଜି ପାରିବାରିକ ସ୍ଥିରତା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର କିନ୍ତୁ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କୁ ଭାବୁକ ବନାଇ ଦେଇପାରନ୍ତି। ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। କିନ୍ତୁ ମଙ୍ଗଳଙ୍କ...

ରାଶିଫଳ: ରବିବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri