Posted inRasifala

ରାଶିଫଳ: ମଙ୍ଗଳବାର , ନଭେମ୍ବର ୧୪ ତାରିଖ – Daily Horoscope

ମେଷ
ଏକାଦଶସ୍ଥ ଶନିଙ୍କ ଯୋଗୁ ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ। ଆଜିର ଯାତ୍ରା, ସଭାସମିତି, ସାଂସ୍କୃତିକ କାର୍ଯ୍ୟକ୍ରମାଦିରେ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧି ଆଶଙ୍କା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ମାନସିକ ସ୍ଥିତି ବଳବତ୍ତର ରହିବା ହେତୁ ପ୍ରତ୍ୟେକ କ୍ଷେତ୍ରରେ ଉସତ୍ାହର ସହ କାମ କରିବେ। ବଳହୀନ ରବିଙ୍କ ଯୋଗୁ ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ସହ ବୁଧଙ୍କ ସଂଯୋଗରୁ ଅର୍ଥ ପ୍ରାପ୍ତି ଲାଳସାରେ ବନ୍ଧୁମାନେ ମନଲୋଭା କଥା କହିପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବା ସମ୍ଭାବନା ରହିଛି। ମାନସିକ ସ୍ଥିତି ପୂର୍ବବତ୍‌ ରହିବା ହେତୁ ପ୍ରତ୍ୟେକ ପରିସ୍ଥିତିକୁ ସମ୍ଭାଳିନେବେ।
କର୍କଟ
କର୍କଟ
ଚତୁର୍ଥସ୍ଥ ଏକାଧିକ ଗ୍ରହଜନିତ ଆମତ୍ୀୟସ୍ବଜନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ଭଲ ସମ୍ପର୍କ ରହିଥିବା ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହ ଯୋଗର ହାତ ବଢ଼ାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ଆଜି ଶୁକ୍ରଙ୍କ ପ୍ରଭାବରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଭାବରେ ଆଶ୍ୱସ୍ତି ଲାଭକରିବେ।
କନ୍ୟା
ଅନ୍ୟମାନଙ୍କ ପାଇଁ ତ୍ୟାଗ ସ୍ବୀକାରକଲେ ମଧ୍ୟ ସେମାନେ ତାହାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଧନସ୍ଥାନସ୍ଥ ପାପଗ୍ରହ ପ୍ରଭାବରେ ଅସାବଧାନତା କାରଣରୁ ଧନହାନି ସମ୍ଭାବନା ରହିଛି। ସାମାଜିକ ସ୍ତରରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷକରିପାରିବେନି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁ ଉପଦବ୍ର କ୍ରମଶଃ ହ୍ରାସ ପାଇବା ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ,ଯାହାକି କାମକୁ ଆସିବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ପାପଯୁକ୍ତ ବୃହସ୍ପତିଜନିତ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ସ୍ବଗୃହୀ ଶନି ଯୋଗୁ ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଚନ୍ଦ୍ରମଙ୍ଗଳ ଯୋଗ ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଘରେ ବନ୍ଧୁମିଳନ ଜନିତ ଆମୋଦ ପ୍ରମୋଦର ବାତାବରଣ ସୃଷ୍ଟି ହୋଇପାରେ। ମନ ବୁଝିଲା ଭଳି କଥା କହି ପଡ଼ୋଶୀ କାର୍ଯ୍ୟ ହାସଲ କରିନେବେ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ପ୍ରୀତିପ୍ରଦ ସାଙ୍ଗକୁ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ତୃତୀୟ ସ୍ଥାନ ପାପଯୁକ୍ତ କାରଣରୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ମୀନମୀନ

ଧନସ୍ଥାନକୁ ଧନାଧିପଙ୍କ ଦୃଷ୍ଟି ଯୋଗୁ ଅର୍ଥନୈତିକ ଅଭିବୃଦ୍ଧି ହେତୁ କେତେକାଂଶରେ ମନୋବଳ ବଢ଼ିଯିବ। ପାରିବାରିକ ଜୀବନରେ ଛୋଟ ବଡ଼ ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଅନ୍ୟମାନଙ୍କ କଥାକୁ ଗୁରୁ୍‌ତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ କାରଣରୁ ଆପଣଙ୍କ କାମ ନିର୍ବିଘ୍ନରେ ସମ୍ପନ୍ନ ହେବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।...

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ଲି-ନାମାକ୍ଷର ବ୍ୟକ୍ତିଙ୍କ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ।...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସାହାଯ୍ୟ ପାଇ କାମକୁ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଅବହେଳାରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri